www.samajalive.in
Monday, December 15, 2025
15.1 C
Bhubaneswar

ପିପିଲିରେ ରକ୍ତଦାନ ଶିବିର

ପିପିଲି:ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଅବସରରେ ଆମିତି ଇଣ୍ଡିଆ ଚାରିଟେବୁଲ ଟ୍ରଷ୍ଟ ଓ ପିପିଲିର ସଚେତନ ନାଗରିକ ମଞ୍ଚର ମିଳିତ ଉଦ୍ୟମରେ ସ୍ଥାନୀୟ ପୌର ଅତିଥି ଭବନ ଠାରେ ରବିବାର ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହାକୁ ଡାକ୍ତର ଜାମିନୀ ଭୂଷଣ ପଟ୍ଟନାୟକ ଓ ପିପିଲି ଥାନାଧିକାରୀ ଅଭିମନ୍ୟୁ ନାୟକ ଉଦ୍‍ଘାଟନ କରିଥିବା ବେଳେ ଆମିତି ଇଣ୍ଡିଆ ଚାରିଟେବୁଲ ଟ୍ରଷ୍ଟର ଅଧ୍ୟକ୍ଷ ଆଡ୍‍ଭୋକେଟ ସୁରେଶ କୁମାର ରଥ, ଅବସରପ୍ରାପ୍ତ ଯନ୍ତ୍ରୀ ରମେଶ ଚନ୍ଦ୍ର ଶତପଥୀ, ସମାଜସେବୀ ଭଗବାନ ସେଠୀ, ପିପିଲି ବ୍ଲକ ଶିକ୍ଷାଧିକାରୀ ପୀତବାସ ସେଠୀ, ଅଶ୍ୱିନୀ ସେନ୍‍, ରାଜକିଶୋର ସାହୁ, ଗଙ୍ଗାଧର ନାୟକ, ରମାକାନ୍ତ ନାୟକ, ଆଇନଜୀବୀ ବୀରେନ୍ଦ୍ର ଭୂଜବଳ, ସୁରେଶ ଦାସ ପ୍ରମୁଖ ଯୋଗଦେଇ ରକ୍ତଦାନର ଉପକାରିତା ଓ ଆବଶ୍ୟକତା ସଂପର୍କରେ ଆଲୋକପାତ କରିଥିଲେ।

 

- Advertisement -

ଏହି ଶିବିରରେ ପୁରୀ ବ୍ଲଡ୍‍ବ୍ୟାଙ୍କର ଅଧିକାରୀ ଡାକ୍ତର ଦୀପକ ସାହୁଙ୍କ ତତ୍ତ୍ୱାବଧାନରେ ବ୍ଲକ୍‍ ବ୍ୟାଙ୍କର କର୍ମଚାରୀମାନେ ରକ୍ତଦାତାଙ୍କ ଠାରୁ ୨୫ ୟୁନିଟ ରକ୍ତ ସଂଗ୍ରହ କରିଥିଲେ। ଅନୁଷ୍ଠାନର ରମେଶ କୁମାର ରଥ, ମାନସ ରଞ୍ଜନ ଦାସ, ଜୟନ୍ତ କୁମାର ବାରିକ, ନରହରି ସିଂ, ବ୍ରଜକିଶୋର ପାଇକରାୟ, ମହେନ୍ଦ୍ର ମହାପାତ୍ର, ଅକ୍ଷୟ କୁମାର ଦେ ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories