www.samajalive.in
Monday, December 8, 2025
27.1 C
Bhubaneswar

ପିପିଲି ଉପ-ନିର୍ବାଚନ ନେଇ ତାରିଖ ଘୋଷଣା କଲେ ନିର୍ବାଚନ ଆୟୋଗ

ପିପିଲି : ପିପିଲି ଉପ-ନିର୍ବାଚନ ନେଇ ଭାରତୀୟ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିଛନ୍ତି। ସେପ୍ଟେମ୍ବର ୩୦ରେ ପିପିଲି ଉପ-ନିର୍ବାଚନ ଅନୁଷ୍ଠିତ ହେବ। ଏହାସହିତ ପଶ୍ଚିମବଙ୍ଗ ଭବାନୀପୁର ନିର୍ବାଚନ ମଣ୍ଡଳୀ,ସମଶେର ଜଙ୍ଗ ଏବଂ ଯାଜ୍ଞିପୁର ବିଧାନସଭା ଆସନ ପାଇଁ ମଧ୍ୟ ଉପ-ନିର୍ବାଚନ ଅନୁଷ୍ଠିତ ହେବ। ୩ ଅକ୍ଟୋବର ଭୋଟ ଗଣତି ହେବ ବୋଲି ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସୂଚନା ମିଳିଛି। ଏହାସହ ନିର୍ବାଚନ ପାଇଁ ଗାଇଡଲାଇନ ଘୋଷଣା କରାଯାଇଛି। କୋଭିଡ କଟକଣା ମଧ୍ୟରେ ପିପିଲି ଉପ-ନିର୍ବାଚନର ପ୍ରଚାର ହେବ। ପ୍ରଚାର ବେଳେ ପ୍ରାର୍ଥୀ ରୋଡ-ଶୋ କରିପାରିବେନି। ସର୍ବାଧିକ ୫୦ ଜଣଙ୍କୁ ନେଇ ପଥପ୍ରାନ୍ତ ସଭା ହୋଇ ପାରିବ। ନିର୍ବାଚନ ଦାୟିତ୍ୱରେ ଥିବା କର୍ମଚାରୀଙ୍କ ୨ଟି ପାନ ଟିକା ବାଧ୍ୟତାମୂଳକ।
ସୂଚନା ଯୋଗ୍ୟ, ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଉପ ନିର୍ବାଚନ ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। ମାତ୍ର ଦୁର୍ଭାଗ୍ୟବଶତଃ କଂଗ୍ରେସ ପ୍ରାର୍ଥୀ ପ୍ରଚାର ସମୟରେ କରୋନା ସଂକ୍ରମିତ ହୋଇଥିଲେ। ଏବଂ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା। ତେଣୁ ଉପ-ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା।

 

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories