www.samajalive.in
Sunday, December 7, 2025
23.1 C
Bhubaneswar

ବିଶ୍ବକେଶନ ହରିଚନ୍ଦନ ମହାପାତ୍ର ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସର ବିଧାୟକ ପ୍ରାର୍ଥୀ

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥର ପିପିଲି ଉପନିର୍ବାଚନରେ କଂଗ୍ରେସ ପକ୍ଷରୁ ନୂଆ ମୁହଁ ଓ ନୂଆ ଚେହେରାକୁ କଂଗ୍ରେସ ସାମ୍ନାକୁ ଆଣିଛି। ବିଶ୍ବକେଶନ ହରିଚନ୍ଦନ ମହାପାତ୍ରଙ୍କ ଉପରେ କଂଗ୍ରେସ ଭରସା କରିଛି। ଆଜି ବିଶ୍ବକେଶନ ହରିଚନ୍ଦନ ମହାପାତ୍ରଙ୍କ ନାମରେ ମୋହର ମାରିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି। ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ଦଳର ପ୍ରାର୍ଥୀ ଚୂଡ଼ାନ୍ତ ହୋଇଛି। ପିପିଲି ଉପନିର୍ବାଚନ ପାଇଁ ବିଶ୍ବକେଶନ ହରିଚନ୍ଦନ ମହାପାତ୍ରଙ୍କୁ କଂଗ୍ରେସ ପକ୍ଷରୁ ବିଧାୟକ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି। ବିଶ୍ବକେଶନ ହରିଚନ୍ଦନ ମହାପାତ୍ରଙ୍କୁ ପିପିଲି ଉପନିର୍ବାଚନ ପ୍ରାର୍ଥୀ ଭାବେ ମନୋନୀତ କରାଯାଇଥିବା ଆଜି ସାଧାରଣ ସମ୍ପାଦକ ମୁକୁଲ ୱାସ୍‌ନିକ୍‌ ସୂଚନା ଦେଇଛନ୍ତି। ପିପିଲି ଉପନିର୍ବାଚନରେ ବିଧାୟକ ପ୍ରାର୍ଥୀ ଭାବେ ପ୍ରତିଦ୍ବନ୍ଦ୍ବିତା କରିବା ପାଇଁ ବିଶ୍ବକେଶନ ହରିଚନ୍ଦନ ମହାପାତ୍ର ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡ଼ିଛି।


ପିପିଲି-ଡେଲାଙ୍ଗ ଉପିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରୁଥିବା କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ହେବା ପରେ ଏଠାରେ ଦଳ ପକ୍ଷରୁ କାହାକୁ ପ୍ରାର୍ଥୀ କରାଯିବ ସେଥିନେଇ କଳ୍ପନାଜଳ୍ପନା ଲାଗି ରହିଥିଲା। ଅଜିତ ମଙ୍ଗରାଜଙ୍କ ପରିବାର ସଦସ୍ୟଙ୍କ ମଧ୍ୟରୁ ଜଣଙ୍କୁ ପ୍ରାର୍ଥୀ କରାଯିବା ନେଇ ଚର୍ଚ୍ଚା ହେଉଥିଲା। ଏହାସହିତ ଅନ୍ୟ ୪ ଜଣଙ୍କ ନାମ ମଧ୍ୟ ପ୍ରାର୍ଥୀ ହେବା ନେଇ ଆଲୋଚନା ହେଉଥିଲା। ଅଜିତ ମଙ୍ଗରାଜଙ୍କ ପରିବାର ସଦସ୍ୟ ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ହେବାକୁ ମନା କରିଦେବାରୁ ବିଶ୍ବକେଶନ ହରିଚନ୍ଦନ ମହାପାତ୍ରଙ୍କୁ କଂଗ୍ରେସ ଟିକଟ ଦେଇଛି। ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥୀ ଖୋଜା ଲାଗି କଂଗ୍ରେସ ପକ୍ଷରୁ ଏକ କମିଟି ଗଠନ କରାଯାଇଥିଲା ଏବଂ କମିଟି ବିଶ୍ବକେଶନ ହରିଚନ୍ଦନ ମହାପାତ୍ରଙ୍କ ନାମ ସୁପାରିଶ କରିଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories