www.samajalive.in
Sunday, December 14, 2025
19.1 C
Bhubaneswar

ପଣ୍ଡିତ ଗୋପବନ୍ଧୁ ଥିଲେ ବିଶ୍ୱର ମଣି

ପିପିଲି : ଓଡିଶାରେ ଜନ୍ମ ନେଇଥିବା ମହାପୁରୁଷଙ୍କ ମଧ୍ୟରୁ ପୂଣ୍ୟଶ୍ଲୋକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ସର୍ବାଗ୍ରେ ପୂଜିତ । ସେ ଥିଲେ ଏକାଧାରରେ ସମାଜସେବୀ, ସଂସ୍କାରକ, ବିଶିଷ୍ଟ ଶିକ୍ଷାବିତ୍‌‌, ଓକିଲ, ବ୍ୟବସ୍ଥାପକ ସଭ୍ୟ, କବିି ତଥା ସାମ୍ବାଦିକତା ଜଗତର ମଉଡମଣି । ଯେତେ ଉପାଧି ଦେଲେ ମଧ୍ୟ ତାହା ତାଙ୍କ ପାଇଁ ଯଥେଷ୍ଟ ନୁହେଁ । ସେ କେବଳ ଉତ୍କଳର ମଣି ନଥିଲେ ବାସ୍ତବରେ ସେ ଥିଲେ ବିଶ୍ୱର ମଣି । ତାଙ୍କର ପ୍ରତି କବିତାରେ ବିଶ୍ୱ ଭାବନାର ଚିତ୍ର ପ୍ରତିଫଳିତ । ତେଣୁ ବିଳମ୍ବରେ ହେଲେ ମଧ୍ୟ ତାଙ୍କୁ ମରଣୋତ୍ତର ଭାରତରତ୍ନ ପ୍ରଦାନ କରାଯିବାକୁ ଦାବି ହୋଇଛି । ଅଗ୍ରଣୀ ନାଗରିକ ସଂଗଠନ “ଜନସ୍ୱାର୍ଥ ସୁରକ୍ଷା ସମିତି’ ପକ୍ଷରୁ ପିପିଲି ନିକଟବର୍ତ୍ତୀ ଦାଣ୍ଡମୁକୁନ୍ଦପୁର ଠାରେ ରବିବାର ଅନୁଷ୍ଠିତ ପୂଣ୍ୟାତ୍ମା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୯୫ତମ ଶ୍ରାଦ୍ଧୋତ୍ସବ ପାଳନ ଅବସରରେ ଗୋପବନ୍ଧୁପ୍ରେମୀ ମାନେ ଏହି ଦାବି କରିଛନ୍ତି ।
ଏହି ଅବସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଦ୍ୱାରା ୧୯୧୯ ମସିହାରେ ପ୍ରତିଷ୍ଠିତ ଦାଣ୍ଡମୁକୁନ୍ଦପୁର ସ୍ଥିତ ଗୋପବନ୍ଧୁ ମେମୋରିଆଲ ହାଇସ୍କୁଲ ପରିସରରେ ରବିବାର ପ୍ରତ୍ୟୁଷରେ “ଜନସ୍ୱାର୍ଥ ସୁରକ୍ଷା ସମିତି’ ଓ ଗୋପବନ୍ଧୁପ୍ରେମୀଙ୍କ ଦ୍ୱାରା ଚାରା ରୋପଣ କରାଯାଇଥିଲା । ପରେ ସାମୁହିକ ସଫେଇ କରାଯିବା ପରେ ସେଠାରେ ଥିବା ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । “ଜନସ୍ୱାର୍ଥ ସୁରକ୍ଷା ସମିତି’ର ସଂଯୋଜକ ତଥା ଶିକ୍ଷାବିତ୍‌‌ ସନ୍ତୋଷ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସ୍ମୃତି ସଭାରେ ଶିକ୍ଷାବିତ୍‌‌ ପ୍ରସନ୍ନ କୁମାର ଦାସ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ଗୋପବନ୍ଧୁଙ୍କ ସଂକ୍ଷିପ୍ତ ଜୀବନୀ ଉପରେ ଆଲୋକପାତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅବସରପ୍ରାପ୍ତ ଶିକ୍ଷାବିତ୍‌‌ ବନବିହାରୀ ପଣ୍ଡା, ରଞ୍ଜନ କୁମାର ପ୍ରଧାନ, ନୃସିଂହ ଚରଣ ସାହୁ, ପିପିଲି ମହୋତ୍ସବ କମିଟିର ଶଙ୍କର୍ଷଣ ପ୍ରଧାନ, ବ୍ରଜକିଶୋର ପ୍ରଧାନ, ମନୋଜ କୁମାର ସ୍ୱାଇଁ, ଶ୍ରୀଧର ନାୟକ ପ୍ରମୁଖ ଯୋଗଦେଇ ଗୋପବନ୍ଧୁଙ୍କ ଜୀବନୀର ତ୍ୟାଗ, ନିଷ୍ଠା, ସମାଜସେବା ଓ ସାମ୍ବାଦିକତା ଦିଗ ଉପରେ ଆଲୋକପାତ କରିଥିଲେ । ସରକାରଙ୍କ ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କୁ ମରଣୋତ୍ତର ଭାରତରତ୍ନ ପ୍ରଦାନ କରାଯିବା ସହ ତାଙ୍କ ଦ୍ୱାରା ରଚିତ କବିତା ଗୁଡିକୁ ବିଭିନ୍ନ ଭାଷାରେ ଭାଷାନ୍ତର କରାଯାଇ ତାକୁ କଣ୍ଠଶିଳ୍ପୀଙ୍କ ଦ୍ୱାରା ରେକଡିଂ କରାଇ ପ୍ରଚାର ଓ ପ୍ରସାର କରାଇବାକୁ ସନ୍ତୋଷ କୁମାର ମିଶ୍ର ଦାବି ରଖିଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରେ ରହିଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତୀ ସ୍ଥଳୀକୁ ଆବଦ୍ଧ କରାଯାଇ ସେଗୁଡିକୁ ଆଲୋକମାଳାରେ ସଜ୍ଜିତ କରାଯାଇ ଆକର୍ଷଣୀୟ କରାଯିବାକୁ ଶ୍ରୀମିଶ୍ର ଦାବି ରଖିଥିଲେ । ଉପରୋକ୍ତ ଦାବି ସଂପର୍କିତ ଏକ ସ୍ମାରକପତ୍ରକୁ ସମିତି ପକ୍ଷରୁ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଓ ରାଜ୍ୟ ସଂସ୍କୃତି ମନ୍ତ୍ରୀଙ୍କ ନିକଟକୁ ପଠାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଏହି ଅବସରରେ ଗୋପବନ୍ଧୁଙ୍କ କବିତା ଓ ସଂକ୍ଷୀପ୍ତ ଜୀବନୀ ପାଠ କରାଯାଇଥିଲା ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories