www.samajalive.in
Saturday, December 6, 2025
14.1 C
Bhubaneswar

ଯୁବକକୁ ହତ୍ୟା ଅଭିଯୋଗ, ୩ ଅଟକ

ପିପିଲି : ପିପିଲି ଥାନା ଅନ୍ତର୍ଗତ ସାନକଣ୍ଟି ଗାଁରେ ଅଭାବନୀୟ ଘଟଣା ଘଟିଛି। ଗାଁର ଜଣେ ଯୁବକଙ୍କ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ସାନକଣ୍ଟି ଗାଁର ବବଲୁ ପାଇକରାୟ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ରବିବାର ରାତିରେ କିଛି ଲୋକ ଫୋନ୍ କରି ବବଲୁଙ୍କୁ ଡାକିଥିଲେ। ବବଲୁ ଘରୁ ବାହାରକୁ ଯାଇ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ଫେରିନଥିଲେ। ମାତ୍ର ରାତି ପ୍ରାୟ ୧ଟା ସମୟରେ ନିକଟବର୍ତ୍ତୀ କେନାଲ ବନ୍ଧର ଏକ ମଣ୍ଡପ ନିକଟରୁ ଗୁରୁତର ଅବସ୍ଥାରେ ପରିବାର ଲୋକ ବବଲୁଙ୍କୁ ଉଦ୍ଧାର କରିଥିଲେ। ତୁରନ୍ତ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବବଲୁଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories