www.samajalive.in
Thursday, December 11, 2025
14.1 C
Bhubaneswar

ପିପିଲି-ଜଟଣୀ ରାସ୍ତା ଖାଲଖମାରେ ଭର୍ତ୍ତି

ପିପିଲି: ପିପିଲି-ଜଟଣୀ ମୁଖ୍ୟରାସ୍ତା ଏବେ ଖାଲଖମାରେ ଭର୍ତ୍ତି ହୋଇଛି। ଏଥିଯୋଗୁଁ ଦୈନିକ ଛୋଟବଡ ଦୁର୍ଘଟଣାମାନ ଘଟୁଥିବା ବେଳେ ଯାତାୟତରେ ଲୋକେ ନାନା ସମସ୍ୟାର ସମ୍ମୁଖିନ ହେଉଛନ୍ତି। ଦୀର୍ଘ ୩ମାସରୁ ଊର୍ଦ୍ଧ୍ବ କାଳ ଏହି ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଥିବା ବେଳେ ଏହାର ମରାମତି ଦିଗରେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିରବତାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

ପିପିଲି ପୂର୍ତ୍ତ ବିଭାଗ ଅଧିନରେ ଥିବା ପିପିଲି-ଜଟଣୀ ରାସ୍ତାର ହାଟଛକଠାରୁ କାକୁଡିଆ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ୫୦ରୁ ଉର୍ଦ୍ଧ ଖାଲଖମା ସୃଷ୍ଟି ହୋଇଥିବା ପରିଲକ୍ଷିତ ହୋଇଛି। ପିପିଲି ହାଟଛକ ସ୍ଥିତ ସାପ୍ତାହିକ ହାଟ ଓ କଲେଜ ଛକଠାରେ ରାସ୍ତା ଉପରେ ୧୦ରୁ ଊର୍ଦ୍ଧ୍ବ ଛୋଟ ବଡ ଖାଲ ସୃଷ୍ଟି ହୋଇଛି। ଫଳରେ ଏଥିଯୋଗୁଁ ଦୈନିକ ଛୋଟବଡ ଦୁର୍ଘଟଣା ଘଟୁଥିବା ସୂଚନା ମିଳିଛି। ଏହି ରାସ୍ତାରେ ଯାଉଥିବା ସ୍କୁଲ, କଲେଜର ଛାତ୍ରଛାତ୍ରୀଙ୍କଠାରୁ ଆରମ୍ଭ କରି ରୋଗୀ ଓ ସାଧାରଣ ଲୋକେ ଏଥିଯୋଗୁଁ ଯାତାୟତରେ ନାହିଁନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଖୋର୍ଦ୍ଧାଠାରୁ ପିପିଲି ଦେଇ ଅସ୍ତରଙ୍ଗ, କାକଟପୁର, କୋଣାର୍କ ଓ ପୁରୀ ଯିବା ପାଇଁ ଏହା ମୁଖ୍ୟରାସ୍ତା ହୋଇଥିବା ଯୋଗୁଁ ଦୈନିକ ଶହଶହ ସଂଖ୍ୟାରେ ଗାଡିମୋଟର ଏହି ରାସ୍ତାରେ ଚଳାଚଳ କରୁଛି। ତେବେ ପ୍ରତ୍ୟେକ ବର୍ଷ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇ ଏହି ରାସ୍ତାର ମରାମତି କରାଯାଉଥିଲେ ମଧ୍ୟ କିଛିଦିନ ପରେ ଏହା ପୂର୍ବ ଅବସ୍ଥାକୁ ଫେରି ଆସୁଥିବା ଅଭିଯୋଗ ହୋଇଛି। ୨ ବର୍ଷ ତଳେ ଏହି ରାସ୍ତା ଉପରେ ନୂତନ ପିଚୁ ପକାଯାଇ ରାସ୍ତାର ଦୋହରିକରଣ କାର୍ଯ୍ୟ କରାଯାଇଥିଲା। ମାତ୍ର ନିମ୍ନମାନର କାର୍ଯ୍ୟ ଯୋଗୁଁ ବହୁ ସ୍ଥାନରେ ପିଚୁ ଉଠିଯାଇ ଖାଲଖମାରେ ପରିଣତ ହୋଇଥିଲା। ଏନେଇ ବାରମ୍ବାର ଅଭିଯୋଗ ହେବା ପରେ ଗତ ଅକ୍ଟୋବର ମାସରେ ଉକ୍ତ ଖାଲଗୁଡ଼ିକୁ ଗୋଡ଼ି ଓ ପିଚୁ ଦ୍ୱାରା ମରାମତି କରାଯାଇଥିଲା। ତେବେ ନିମ୍ନମାନର ମରାମତି କାର୍ଯ୍ୟ ଯୋଗୁଁ ଉକ୍ତ ସ୍ଥାନମାନଙ୍କରୁ ପୁନର୍ବାର ପିଚୁ ଉଠିଯାଇ ଖାଲଖମାରେ ପରିଣତ ହୋଇଥିବା ଅଭିଯୋଗ ହୋଇଛି। ଏହି ରାସ୍ତାର ଆବଶ୍ୟକ ମରାମତି ଦିଗରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।

- Advertisement -

 

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories