www.samajalive.in
Friday, December 5, 2025
20.1 C
Bhubaneswar

ପିପିଲିରେ ପତିତପାବନଦେବଙ୍କ ବାହୁଡାବିଜେ ନୀତି ସଂପନ୍ନ

ପିପିଲି : ମହାମାରୀ କରୋନା କଟକଣା ଯୋଗୁଁ ପିପିଲିର ଆରାଧ୍ୟ ଠାକୁର ପ୍ରଭୁ ଶ୍ରୀପତିତପାବନ ଦେବଙ୍କ ପବିତ୍ର ବାହୁଡାଯାତ୍ରାର ସମସ୍ତ ନିତୀକାନ୍ତି ମନ୍ଦିର ମଧ୍ୟରେ ବିନାଭକ୍ତରେ ସଂପନ୍ନ ହୋଇଛି । ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଦରଜୀସାହି ସ୍ଥିତ ପ୍ରଭୁ ଶ୍ରୀପତିତପାବନ ଦେବଙ୍କ ମନ୍ଦିର ପରିସରରେ ମଙ୍ଗଳବାର ସକାଳେ ମହାପ୍ରଭୂ ଶ୍ରୀଜଗନ୍ନାଥ, ବଡଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କର ବିଭିନ୍ନ ରିିତୀନିତୀ ସଂପନ୍ନ ହୋଇଥିଲା । ପରେ ଚତୁର୍ଦ୍ଧାମୂର୍ତ୍ତୀଙ୍କୁ ପୂର୍ବାହ୍ନ ୧୦ଟା ୧୫ ମିନିଟ୍‍ରେ ପହଣ୍ଡି କରାଯାଇ ମନ୍ଦିର ପରିସରରେ ପ୍ରତିଷ୍ଠିତ ସ୍ୱତନ୍ତ୍ର ମଣ୍ଡପରେ ବିଜେ କରାଯାଇଥିଲା । ସାମାଜିକ ଦୂରତା ପାଳନ ପୂର୍ବକ ମନ୍ଦିରର ମୁଖ୍ୟପୂଜକ ଲକ୍ଷ୍ମୀଧର ପଣ୍ଡାଙ୍କ ଦ୍ୱାରା ପୂଜାର୍ଚ୍ଛନା କରାଯାଇଥିବା ବେଳେ ଦଇତାସେବକ ଜୟଦେବ ମହାପାତ୍ର, ଅକ୍ଷୟ ମହାପାତ୍ର ଓ ଚନ୍ଦନ ମହାପାତ୍ର ପ୍ରମୁଖ ଠାକୁରଙ୍କ ବିଭିନ୍ନ ସେବାନିତୀ କରିଥିଲେ ।
ପରଂପରା ଅନୁଯାଇ ସମାଜସେବୀ ପ୍ରଭାକର ପଣ୍ଡା ଠାକୁରମାନଙ୍କର ଛେରା ପହଁରା କରିଥିଲେ। ମନ୍ଦିରର ଟ୍ରଷ୍ଟି ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟ ଉପଦେଷ୍ଠା ନୃସିଂହ ମହାପାତ୍ର, ନନ୍ଦକିଶୋର ମହାପାତ୍ର, ମନ୍ଦିର ପରିଚାଳନା କମିଟିର ସଭାପତି ବବୁଲ ମହାପାତ୍ର, ଉପସଭାପତି ଦେବବ୍ରତ ମହାପାତ୍ର, ସଂପାଦକ ଦେବାଶିଷ ମହାପାତ୍ର, ସହସଂପାଦକ ବଳଭଦ୍ର ମହାପାତ୍ର, ସନ୍ତୋଷ ମହାପାତ୍ର, କୋଷାଧ୍ୟକ୍ଷ ରାକେଶ ମହାପାତ୍ର, ସୋମନାଥ ମହାପାତ୍ର, ଅନିଲ ମହାରଣା, ସନ୍ତୋଷ ମହାପାତ୍ର, ଚିକ ମହାପାତ୍ର, ପିପିଲି ରଥଯାତ୍ରା ପରିଚାଳନା କମିଟିର ସଭାପତି ଇଂ ରମେଶ ଚନ୍ଦ୍ର ଶତପଥି, ଉପସଭାପତି ବାମଦେବ ମିଶ୍ର, ସଂପାଦକ ପ୍ରଭାତ କୁମାର ମହାପାତ୍ର, ରମେଶ ଚନ୍ଦ୍ର ମହାପାତ୍ର, ସୁରେନ୍ଦ୍ର ମହାପାତ୍ର ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories