www.samajalive.in
Saturday, December 6, 2025
16.1 C
Bhubaneswar

ସଡକ ଦୁର୍ଘଟଣାରେ ସ୍କୁଟର ଚାଳକଙ୍କ ମୃତ୍ୟୁ

ପିପିଲି:ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ମଙ୍ଗଳପୁର ବଜାର ନିକଟରେ ରାସ୍ତାର ଡିଭାଇଡର ସହ ଧକ୍କା ଲାଗି ଜଣେ ସ୍କୁଟର ଚାଳକଙ୍କ ଶୋଚନୀୟ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ନାମ ଲିପୁନ ସାମଲ (୨୧) ଓ ତାଙ୍କ ଘର ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଡମଣା ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି।
ପୁରୀରୁ ଏକ ସ୍କୁଟରରେ ଲିପୁନ ଓ ତାଙ୍କର ଅନ୍ୟଜଣେ ସାଙ୍ଗ ଆଜି ଭୁବନେଶ୍ୱର ଫେରୁଥିବା ବେଳେ ପୂର୍ବାହ୍ନ ସାଢେ ୯ଟା ସମୟରେ ମଙ୍ଗଳପୁର ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲେ। ମଙ୍ଗଳପୁର ପେଟ୍ରୋଲ ଟାଙ୍କି ନିକଟରେ କୌଣସି କାରଣରୁ ସ୍କୁଟରଟି ଭାରସାମ୍ୟ ହରାଇ ରାସ୍ତା ମଝିରେ ଥିବା ଡିଭାଇଡର ସହ ଖୁବ୍‍ ଜୋର୍‍ରେ ଧକ୍କା ଲାଗିଥିଲା। ଫଳରେ ଲିପୁନ୍‍ ଛିଟିକି ପଡିଥିବା ବେଳେ ତାଙ୍କ ମୁଣ୍ଡ ଡିଭାଇଡର ସହ ମାଡ ହୋଇ ଫାଟିଯାଇ ପ୍ରଚୁର ରକ୍ତସ୍ରାବ ହୋଇଥିଲା ଓ ଘଟଣାସ୍ଥଳରେ ହଁ ତାଙ୍କର ଶୋଚନୀୟ ମୃତ୍ୟୁ ଘଟିଥିଲା।

 

- Advertisement -

ସ୍କୁଟର ପଛରେ ବସିଥିବା ତାଙ୍କ ସାଙ୍ଗ ଗୁରୁତର ଭାବେ ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପିପିଲି ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ପରେ ତାଙ୍କୁ କ୍ୟାପିଟାଲ ହସ୍‍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ପିପିଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲିପୁନଙ୍କୁ ଉଦ୍ଧାର କରି ପିପିଲି ଡାକ୍ତରଖାନା ଆଣିଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପିପିଲି ଥାନା ଏଏସ୍‍ଆଇ ପ୍ରହଲ୍ଲାଦ ବରାଳ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପୁରୀ ପଠାଇ ଘଟଣାର ତଦନ୍ତ ଚଳାଇଥିବା ସୂଚନା ମିଳିଛି। ଦୁର୍ଘଟଣାଗ୍ରସ୍ତ ସ୍କୁଟରକୁ ପୁଲିସ ଜବତ କରିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories