www.samajalive.in
Saturday, December 13, 2025
27.1 C
Bhubaneswar

ବିଶ୍ୱ ଶୌଚାଳୟ ଦିବସ ପାଳିତ

ପିପିଲି: ବିଶ୍ୱ ଶୌଚାଳୟ ଦିବସ ଅବସରରେ ବନ୍ଧନ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ପକ୍ଷରୁ ପିପିଲି ବ୍ଲକର ଦାଣ୍ଡମୁକୁନ୍ଦପୁର ପଞ୍ଚାୟତରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବନ୍ଧନ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମର ମୁଖ୍ୟ ପରିଚାଳନା ଅଧିକାରୀ ପ୍ରିୟତମା ମଲ୍ଲିକଙ୍କ ନେତୃତ୍ୱରେ ସ୍ୱାସ୍ଥ୍ୟସହାୟିକା, କିଶୋରୀ ବାଳିକାମାନେ ଦାଣ୍ଡମୁକୁନ୍ଦପୁର ବଜାରସାହି, ମୁସଲିମସାହି ଓ କୁଳଶିଖରପାଟଣା ଗ୍ରାମରେ ସଚେତନତା ଶୋଭାଯାତ୍ରା ମାଧ୍ୟମରେ ଲୋକଙ୍କୁ ପାଇଖାନା ବ୍ୟବହାର କରିବା ସଂପର୍କରେ ସଚେତନ କରିଥିଲେ।

 

- Advertisement -

ଏହାପରେ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ସରପଞ୍ଚ ମଞ୍ଜୁ ପଣ୍ଡା, ୱାର୍ଡ ସଭ୍ୟ ପ୍ରଫୁଲ୍ଲ କୁମାର ପଟ୍ଟନାୟକ, ଶିକ୍ଷୟିତ୍ରୀ ପଦ୍ମଜା ମିଶ୍ର ପ୍ରମୁଖ ଯୋଗଦେଇ ବିଶ୍ୱ ଶୌଚାଳୟ ଦିବସ ପାଳନର ଉଦ୍ଦେଶ୍ୟ ସଂପର୍କରେ ଆଲୋକପାତ କରିବା ସହ ଏଦିଗରେ ବ୍ୟାପକ ଜନସଚେତନତା ସୃଷ୍ଟି କରିବାକୁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଗର୍ଭବତୀ ମହିଳା, ପ୍ରସୂତୀ ମହିଳା, ଅଙ୍ଗନୱାଡି କର୍ମୀ, ସ୍ୱାସ୍ଥ୍ୟ ସହାୟିକା ଓ ଆଶାକର୍ମୀ ମାନେ ଯୋଗଦେଇଥିଲେ। ବନ୍ଧନ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମର ମୁଖ୍ୟ ପରିଚାଳନା ଅଧିକାରୀ ପ୍ରିୟତମା ମଲ୍ଲିକ ଓ ସହପରିଚାଳନ ଅଧିକାରୀ ନମିତା ମହାରଣା ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories