www.samajalive.in
Monday, December 15, 2025
17.1 C
Bhubaneswar

୨ ଲୁଟେରା ଗିରଫ, ୬ ମୋବାଇଲ୍‍ ଜବତ

ପିପିଲି: ଜାତୀୟ ରାଜପଥ ଉପରେ ଜଣେ ଯୁବତୀଙ୍କ ଠାରୁ ମୋବାଇଲ୍‍ ଫୋନ୍‍ ଲୁଟି ନେଇଥିବା ଦୁଇଜଣ ଲୁଟେରାଙ୍କୁ ପିପିଲି ପୁଲିସ ଗିରଫ କରିବାରେ ସଫଳ ହୋଇଛି। ସେମାନଙ୍କ ଠାରୁ ଲୁଟ୍‍ ମୋବାଇଲ୍‍ ସମେତ ଅନ୍ୟ ୫ଟି ଦାମୀ ମୋବାଇଲ୍‍ ଫୋନ୍‍ ଓ ଲୁଟ୍‍ରେ ବ୍ୟବହୃତ ଏକ ବାଇକ୍‍କୁ ପୁଲିସ ଜବତ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ଧଉଳି ଥାନା କୁମାରଡିହ ଭୋଇସାହିର କାହ୍ନୁଚରଣ ଭୋଇ(୧୯) ଓ ପିପିଲି ଥାନା କୌଶଲ୍ୟାପୁର ଭୋଇସାହିର ହାପି ଭୋଇ(୧୯)। ଉଭୟ ଅଭିଯୁକ୍ତଙ୍କୁ ଆଜି ପିପିଲି କୋର୍ଟକୁ ଚାଲାଣ କରାଯାଇଥିବା ବେଳେ ସେମାନଙ୍କୁ ନିମାପଡ଼ା ସ୍ଥିତ ବିଚାର ବିଭାଗୀୟ ଜେଲ ହାଜତକୁ ପଠାଇ ଦିଆଯାଇଥିବା ସୂଚନା ମିଳିଛି।

ପିପିଲି ଥାନା ଅର୍ଜ୍ଜୁନଗୋଦା ଗ୍ରାମର ଜଣେ ଯୁବତୀ ଜାତୀୟ ରାଜପଥରେ ଘରକୁ ଫେରୁଥିବା ବେଳେ ୩ଜଣ ଦୁର୍ବୁତ୍ତ ଏକ ବାଇକ୍‍ରେ ଆସି ତାଙ୍କ ଠାରୁ ମୋବାଇଲ୍‍ ଫୋନ୍‍ ଝାମ୍ପି ନେଇ ଫେରାର ହୋଇଯାଇଥିଲେ। ଏ ସଂପର୍କରେ ଯୁବତୀ ଜଣକ ପିପିଲି ପୁଲିସରେ ଲିଖିତ ଅଭିଯୋଗ କରିବା ପରେ ପିପିଲି ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଆଇଆଇସି ଅଭିମନ୍ୟୁ ନାୟକଙ୍କ ନିର୍ଦ୍ଦେଶରେ ଏଏସ୍‍ଆଇ ରମାକାନ୍ତ ସାହୁ ବିଭିନ୍ନ ଦିଗରୁ ଘଟଣାର ତଦନ୍ତ କରିବା ସହ ଉପରୋକ୍ତ ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରିବାରେ ସଫଳ ହୋଇଥିଲେ। ଏହି ଘଟଣାରେ ଫେରାର ଥିବା ଅନ୍ୟ ଅଭିଯୁକ୍ତକୁ ଗିରଫ କରିବା ପାଇଁ ପୁଲିସ ଉଦ୍ୟମ ଜାରି ରଖିଥିବା ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories