www.samajalive.in
Monday, December 8, 2025
14.1 C
Bhubaneswar

ଭୋଟ୍‍ ପ୍ରଚାର ବେଳେ ବିଜେଡି ଜିଲା ପରିଷଦ ପ୍ରାର୍ଥୀଙ୍କ ଉପରେ ଆକ୍ରମଣ

ପିପିଲି:ଘରକୁ ଘର ବୁଲି ଭୋଟ୍‍ ପ୍ରଚାର କରୁଥିବା ବେଳେ ବିଜେଡି ଜିଲା ପରିଷଦ ପ୍ରାର୍ଥୀ ଧରଣୀଧର ସାହୁଙ୍କ ଉପରେ ସୋମବାର ସନ୍ଧ୍ୟାରେ ଆକ୍ରମଣ ହୋଇଛି। ଏଥିରେ ଶ୍ରୀ ସାହୁ ଆହତ ହୋଇଥିବା ବେଳେ ଏହାକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଏହି ଆକ୍ରମଣ ସମୟରେ ସେଠାକୁ ଖବର ସଂଗ୍ରହ କରିବାକୁ ଯାଇଥିବା ସାମ୍ବାଦିକ ବିଜୟ କୁମାର ମହାପାତ୍ରଙ୍କ ଉପରେ ମଧ୍ୟ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏଥିରେ ଶ୍ରୀ ମହାପାତ୍ରଙ୍କ ବାମ ହାତ ଗୁରୁତର ଭାବେ ଜଖମ ହୋଇଛି। ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ଶ୍ରୀ ସାହୁଙ୍କ ସମର୍ଥକ ମାନେ ତେଇସିପୁର ସ୍ଥିତ ପୋଡଙ୍ଗ ଗ୍ରାମ୍ୟଛକ ନିକଟରେ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥକୁ ଏକ ଘଣ୍ଟାକାଳ ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଗାଡିମୋଟର ଅଟକି ରହିଥିବା ବେଳେ ଯାତାୟତ ସଂପୂର୍ଣ୍ଣ ବନ୍ଦ ହୋଇଯାଇଥିଲା।
ପ୍ରାପ୍ତ ସୂଚନା ଅନୁଯାଇ, ସୋମବାର ସଂନ୍ଧ୍ୟାରେ ୨୪ନଂ ଜୋନ୍‍ର ବିଜେଡି ଜିଲା ପରିଷଦ ପ୍ରାର୍ଥୀ ଧରଣୀଧର ସାହୁ ନିଜର ସମର୍ଥକଙ୍କ ସହ ତେଇସିପୁର ପଞ୍ଚାୟତର ପୋଟଳ ଗ୍ରାମରେ ଘରକୁ ଘର ବୁଲି ଭୋଟ୍‍ ପ୍ରଚାର କରୁଥିବା ବେଳେ ଆକ୍ରମଣର ଶିକାର ହୋଇଥିଲେ। ହଠାତ୍‍ ବିପକ୍ଷ ଗୋଷ୍ଠୀର କେତେକ ଅସାମାଜିକ ଯୁବକ ସେଠାରେ ପହଞ୍ଚି ଶ୍ରୀ ସାହୁଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ଶ୍ରୀ ସାହୁଙ୍କ ସମେତ ତାଙ୍କ ସମର୍ଥକ ଓ କର୍ମୀମାନଙ୍କୁ ଉକ୍ତ ଯୁବକମାନେ ଗୋଡାଇ ଗୋଡାଇ ନିସ୍ତୁକ ମାଡ ମାରିଥିବା ସୂଚନା ମିଳିଛି। ଏଥିରେ ଶ୍ରୀ ସାହୁ ଆହତ ହୋଇଥିବା ଜଣାଯାଇଛି।

 

- Advertisement -

ଏହି ସମୟରେ ସେଠାକୁ ଖବର ସଂଗ୍ରହ କରିଥିବା ଯାଇଥିବା ସାମ୍ବାଦିକ ବିଜୟ କୁମାର ମହାପାତ୍ରଙ୍କୁ ମଧ୍ୟ ଉକ୍ତ ଯୁବକମାନେ ଆକ୍ରମଣ କରିଥିବା ବେଳେ ଏଥିରେ ଶ୍ରୀ ମହାପାତ୍ରଙ୍କ ବାମହାତ ଗୁରୁତର ଭାବେ ଜଖମ ହୋଇଥିବା ବେଳେ ତାଙ୍କ ଛାତି, ପିଠି, ଗୋଡ ସମେତ ଶରୀରର ଅନ୍ୟାନ୍ୟ ସ୍ଥାନରେ ଗୁରୁତର ଆଘାତ ଲାଗିଛି। ଏହାକୁ ନେଇ ସେଠାରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରିବା ସହ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଦାବିରେ ଶ୍ରୀ ସାହୁଙ୍କ ସମର୍ଥକମାନେ ତେଇସିପୁର ସ୍ଥିତ ପୋଡଙ୍ଗ ଗ୍ରାମ୍ୟଛକ ନିକଟରେ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥକୁ ସଂନ୍ଧ୍ୟା ସାଢେ ୬ଟାରୁ ଅବରୋଧ କରିଛନ୍ତି। ଖବର ପାଇ ପିପିଲି ଏସ୍‍ଡିପିଓ ଦେବଦତ୍ତ ବରାଳ ଓ ଥାନାଧିକାରୀ ଅଭିମନ୍ୟୁ ନାୟକ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଅବରୋଧକାରୀଙ୍କ ସହ ଆଲୋଚନା କରିବା ପରେ ସାଢେ ୭ଟାରେ ରାସ୍ତା ଅବରୋଧ ହଟିଥିଲା। ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଆକ୍ରମଣ ସଂପର୍କରେ ପୁଲିସରେ କୌଣସି ଲିଖିତ ଅଭିଯୋଗ ହୋଇନଥିବା ସୂଚନା ମିଳିଛି। ତେବେ ସାମ୍ବାଦିକ ଶ୍ରୀ ମହାପାତ୍ରଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ପିପିଲି ଅଞ୍ଚଳର କାର୍ଯ୍ୟରତ ସାମ୍ବାଦିକମାନେ ଦାବି କରିଛନ୍ତି। ଶ୍ରୀ ମହାପାତ୍ରଙ୍କୁ ଚିକିତ୍ସା ଲାଗି ମଙ୍ଗଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ସୂଚନା ମଳିଛି।
ଅନ୍ୟପକ୍ଷରେ, ଏହା ପୂର୍ବରୁ ତେଇସିପୁର ପଞ୍ଚାୟତର ସୀମା ତଥା ସହଜପୁର ପଞ୍ଚାୟତ ଅଞ୍ଚଳରେ ଭୋଟ୍‍ ପ୍ରଚାର ସମୟରେ କେତେକ ବିଜେପି ସମର୍ଥକ ଓ କର୍ମୀଙ୍କ ଉପରେ ସୋମବାର ଅପରାହ୍ନରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଏଥିରେ ଜଣେ ବିଜେପି ସମର୍ଥକ ଗୁରୁତର ଭାବେ ଆହତ ହୋଇଥିବା ସୂଚନା ମିଳିଥିବା ବେଳେ ଏହାକୁ ନେଇ ଉଭୟ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିବା ଜଣାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories