www.samajalive.in
Saturday, December 13, 2025
21.1 C
Bhubaneswar

ଜୀବନ ବିନ୍ଦୁ ଅଭିଯାନରେ ୭୨ ୟୁନିଟ୍‍ ରକ୍ତ ସଂଗ୍ରହ

ପିପିଲି: ଓଡିଶା ମୋ ପରିବାର ଆନୁକୂଲ୍ୟରେ ଜୀବନ ବିନ୍ଦୁ ଅଭିଯାନରେ କଣ୍ଟି କଲ୍ୟାଣ ମଣ୍ଡପ ଠାରେ ବୁଧବାର ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୭୨ ୟୁନିଟ୍‍ ରକ୍ତ ସଂଗ୍ରହ କରାଯାଇଥିବା ସୂଚନା ମିଳିଛି। କଣ୍ଟି ଗ୍ରାମ ପଞ୍ଚାୟତ ପକ୍ଷରୁ ଆୟୋଜିତ ଏହି ରକ୍ତଦାନ ଶିବିରକୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ସ୍ଥାନୀୟ ବିଧାୟକ ରୁଦ୍ରପ୍ରତାପ ମହାରଥୀ ଉଦ୍‍ଘାଟନ କରିବା ଅବସରରେ ରକ୍ତଦାନର ଆବଶ୍ୟକତା ଓ ଉପକାରିତା ସଂପର୍କରେ ଆଲୋକପାତ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ପିପିଲି ବ୍ଲକ ଉପାଧ୍ୟକ୍ଷ ପ୍ରଫୁଲ୍ଲ ସ୍ୱାଇଁ, ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ସାହୁ, କଣ୍ଟି ସରପଞ୍ଚ ମୋନାଲିସା ହରିଚନ୍ଦନ, ରାଜ୍ୟ ବିଜେଡି ସଂପାଦକ ପ୍ରୀୟବ୍ରତ ସାମନ୍ତରାୟ, ପୁରୀ ଜିଲା ଯୁବ ବିଜେଡି ସଭାପତି ନାରାୟଣ ସ୍ୱାଇଁ, ଜିଲା ବିଜେଡି ସାଧାରଣ ସଂପାଦକ କିଶୋର କୁମାର ଛୋଟରାୟ, ପିପିଲି ବ୍ଲକ ଆତ୍ମା କମିଟି ଅଧ୍ୟକ୍ଷ ଧରଣୀଧର ସାହୁ, ଜିଲା ପରିଷଦ ସଭ୍ୟା ସୁଶ୍ରୀ ସଙ୍ଗିତା ବେହେରା ପ୍ରମୁଖ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। କ୍ୟାପିଟାଲ ହସ୍‍ପିଟାଲ ସ୍ଥିତ ରେଡ୍‍କ୍ରସ ରକ୍ତଭଣ୍ଡାର ଡାକ୍ତର ଓ କର୍ମଚାରମାନେ ଉପସ୍ଥିତ ରହି ରକ୍ତଦାତାଙ୍କ ଠାରୁ ୭୨ ୟୁନିଟ୍‍ ରକ୍ତ ସଂଗ୍ରହ କରିଥିଲେ। ଏହି ଶିବିରକୁ କଣ୍ଟି ସରପଞ୍ଚ ମୋନାଲିସା ହରିଚନ୍ଦନ, ଯୁବନେତା ବିଷ୍ଣୁପ୍ରସାଦ ଦଳାଇ, ଲିଙ୍କନ ପଟ୍ଟନାୟକ, ଦୁର୍ଯ୍ୟଧନ ସାହୁ, ମକର ପ୍ରଧାନ, ଧିରେଶ ଖଟେଇ ପ୍ରମୁଖ ପରିଚାଳନା କରିଥିଲେ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories