www.samajalive.in
Saturday, December 6, 2025
14.1 C
Bhubaneswar

ବାଇକ ଧକ୍କାରେ ପଥଚାରୀ ମୃତ

ପିପିଲି :ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ଗୁଡିଆପୋଖରୀ ବଜାର ଠାରେ ଶନିବାର ସକାଳେ ଘଟିଥିବା ସଡକ ଦୁର୍ଘଟଣାରେ ଜଣେ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ତ୍ରିନାଥ ମଲ୍ଲିକ (୬୭) ଓ ତାଙ୍କ ଘର ଗୁଡିଆପୋଖରୀ ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଗୁଡିଆପୋଖରୀ ବଜାର ଠାରେ ଶନିବାର ସକାଳ ୭ଟା ସମୟରେ ତ୍ରିନାଥ ରାସ୍ତା କଡରେ ସାଇକେଲ ରଖି ରାସ୍ତାରେ ଚାଲି ଚାଲି ଯାଉଥିବା ସମୟରେ ପିପିଲିରୁ ଭୁବନେଶ୍ୱର ଅଭିମୁଖେ କ୍ଷୀପ୍ରଗତିରେ ଯାଉଥିବା ଏକ ବାଇକ୍‍ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ସେ ଛିଟିକି ଯାଇ ରାସ୍ତା ଉପରେ ପଡିଥିଲେ। ତାଙ୍କ ମୁଣ୍ଡ ସମେତ ଶରୀରର ବିଭିନ୍ନ ସ୍ଥାନରେ ଗୁରୁତର ଆଘାତ ଲାଗିଥିବା ବେଳେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ କୌଶଲ୍ୟାଗଙ୍ଗ ଫାଣ୍ଡି ଅଧିକାରୀ ସୌମ୍ୟରଞ୍ଜନ ଜେନା ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ତ୍ରିନାଥଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍‍ପିଟାଲ୍‍କୁ ପଠାଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ବାଇକ୍‍  ରେ ଥିବା ୩ଜଣଙ୍କ ମଧ୍ୟରୁ ଜଣେ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣାଗ୍ରସ୍ତ ବାଇକ୍‍କୁ ପୁଲିସ ଜବତ କରିବା ସହ ବାଇକ ଚାଳକକୁ ଥାନାରେ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories