www.samajalive.in
Thursday, December 11, 2025
27.1 C
Bhubaneswar

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ

ପିପିଲି : ପିପିଲି ପୌରାଞ୍ଚଳର ୩୨୬ଜଣ ହିତାଧିକାରୀଙ୍କୁ ସ୍ଥାନୀୟ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି। ଶନିବାର ପୌର କାର୍ଯ୍ୟାଳୟ ପରିସରରେ ଏନ୍‍ଏସିର ନିର୍ବାହୀ ଅଧିକାରୀ କାଦମ୍ବିନୀ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ପ୍ରଦୀପ ମହାରଥୀ ଯୋଗଦେଇ ହିତାଧିକାରୀମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିବା ସହ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଗୃହନିର୍ମାଣ ଶେଷ କରି ସରକାରଙ୍କ ଠାରୁ ବୋନସ ଅର୍ଥ ନେବା ପାଇଁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ସହକାରୀ ଯନ୍ତ୍ରୀ ବିଭୂତି ତ୍ରିପାଠୀ, ସହକାରୀ ଅଧିକାରୀ ଅଶୋକ ଦାଶ, ପିପିଲି ବ୍ଲକ ଉପାଧ୍ୟକ୍ଷ ଯୁଧିଷ୍ଠୀର ସ୍ୱାଇଁ, ବ୍ଲକ ଆତ୍ମା କମିଟି ଅଧ୍ୟକ୍ଷ ଧରଣୀଧର ସାହୁ, ପୂର୍ବତନ ପୌରାଧ୍ୟକ୍ଷ ସେକ୍‍ ବାବୁ, ଏନ୍‍ଏସିର ସାଂସଦ ପ୍ରତିନିଧି ଶରତ ବାରିକ ପ୍ରମୁଖ ଉପସ୍ଥିତ ଥିଲେ।
ଏଥିସହ ଶ୍ରୀ ମହାରଥୀ ପିପିଲି ପୌରାଞ୍ଚଳର ବିଭିନ୍ନ ୱାର୍ଡରେ ୧୩ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ସେହିପରି ରାଜ୍ୟ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ଓରକଳ ପଞ୍ଚାୟତର ଧାନପୁର ଗ୍ରାମ ଠାରେ ୮୧ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହେବାକୁୁ ଥିବା ପାନୀୟ ଜଳ ପ୍ରକଳ୍ପର ଭୂମିପୂଜା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବିଭାଗୀୟ ଏସ୍‍ଡିଓ ବସନ୍ତ ନାୟକ ଓ କନିଷ୍ଠଯନ୍ତ୍ରୀ ନିବେଦିତା ପାଣିଗ୍ରାହୀ ଉପସ୍ଥିତ ଥିଲେ।

Hot this week

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

Related Articles

Popular Categories