www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରଥମ ନୀଳକଣ୍ଠେଶ୍ୱର ମହୋତ୍ସବ ଉଦ୍‍ଘାଟିତ

ପିପିଲି: ପବିତ୍ର କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା ଅବସରରେ ମା’ ଯୋଗମାୟା ଯୁବକ ସଂଘ ପକ୍ଷରୁ ପିପିଲି ନିକଟବର୍ତ୍ତି ଭାରତୀପୁର ଠାରେ ପ୍ରଥମ ନୀଳକଣ୍ଠେଶ୍ୱର ମହୋତ୍ସବ-୨୦୨୨ ସମାରୋହରେ ଉଦ୍‍ଘାଟିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଅଞ୍ଚଳର ସମାଜସେବୀ, କଳାକାର ଓ କୃତି ପ୍ରତିଭା ମାନଙ୍କୁ ସଂବର୍ଦ୍ଧିତ କରାଯାଇଥିଲା।

ମା’ ଯୋଗମାୟା ଯୁବକ ସଂଘର ସଭାପତି ପ୍ରମୋଦ କୁମାର ନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ରାଜ୍ୟସଭା ସାଂସଦ ସୁଲତା ଦେଓ, ମୁଖ୍ୟବକ୍ତା ଭାବେ ବିଧାୟକ ରୁଦ୍ରପ୍ରତାପ ମହାରଥୀ, ସମ୍ମାନିତ ଅତିଥି ଭାବେ ସମାଜସେବୀ ଜାଗୃତି ପଣ୍ଡା ମହାରଥୀ, ପିପିଲି ବ୍ଲକ ଅଧ୍ୟକ୍ଷା ଦେବସ୍ୱିନୀ ନନ୍ଦ, ପିପିଲି ଏନ୍‍ଏସି ଅଧ୍ୟକ୍ଷ ସେକ୍‍ ବାବୁ ପ୍ରମୁଖ ଯୋଗଦେଇ ପିପିଲିର ଏ୍ୟ÷ତିହ୍ୟ ଓ ସଂସ୍କୃତି ସଂପର୍କରେ ଆଲୋକପାତ କରିବା ସହ ମହୋତ୍ସବ ମାଧ୍ୟମରେ ଅଞ୍ଚଳର କଳା, ସଂସ୍କୃତି ଓ ଭାଇଚାରା ଉଜ୍ଜିବିତ ହୁଏ ବୋଲି ପ୍ରକାଶ କରିଥିଲେ। ଏହି ଅବସରରେ ଅଞ୍ଚଳର କେତେକ ପ୍ରଶାସନିକ ଅଧିକାରୀ, ସମାଜସେବୀ, କଳାକାର ଓ କୃତି ପ୍ରତିଭା ମାନଙ୍କୁ ସଂବର୍ଦ୍ଧିତ କରାଯାଇଥିଲା। ବରିଷ୍ଠ ସାମ୍ବାଦିକ ରାକେଶ ରୋଶନ ମହାନ୍ତି ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିବା ସହ ସଭାକାର୍ଯ୍ୟ ପରିଚାଳନା କରିଥିଲେ। ପରେ ବରଗଡ଼, କଳାହାଣ୍ଡି, ଖୋର୍ଦ୍ଧା, ପୁରୀ ଓ ପିପିଲିର ବିଭିନ୍ନ ସାଂସ୍କୃତିକ ଦଳ ପକ୍ଷରୁ ଚିତ୍ତାକର୍ଷକ ଓଡିଶୀ, ସମ୍ବଲପୁରୀ, ଘୁମୁରା, ପାଇକ ନୃତ୍ୟ ଆଦି ପରିବେଷଣ କରାଯାଇଥିଲା। ଯାହାକୁ ଲୋକେ ମନଭରି ଉପଭୋଗ କରିଥିଲେ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories