www.samajalive.in
Sunday, December 7, 2025
14.1 C
Bhubaneswar

ସଡ଼କ ଦୁର୍ଘଟଣାରେ ୨ ବାଇକ ଆରୋହୀ ଗୁରୁତର

ପିପିଲି: ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ପିପିଲି ବାଇପାସ ରାସ୍ତାର ଦାଣ୍ଡମୁକୁନ୍ଦପୁର ନିକଟରେ ଏକ ବାଇକ୍‌‌ ଭାରସାମ୍ୟ ହରାଇ ରାସ୍ତା କଡ଼ ନୟନଜୋରୀ ମଧ୍ୟକୁ ଖସି ପଡ଼ିଛି। ଫଳରେ ୨ଜଣ ଯୁବକ ଗୁରୁତର ଭାବେ ଆହତ ହୋଇଛନ୍ତି। ଉଭୟ ଆହତଙ୍କ ଘର ବାଙ୍କି ଅଞ୍ଚଳରେ ହୋଇଥିବାବେଳେ ସେମାନେ ଭୁବନେଶ୍ୱରରେ ରହୁଥିବା ସୂଚନା ମିଳିଛି।

ସୂଚନା ଅନୁଯାୟୀ, ସୁମନ୍ତ ସାହୁ ଓ ଅବନ୍ତି ସାହୁ ନାମକ ଦୁଇଜଣ ଯୁବକ ଏକ ବାଇକ୍‌‌ରେ ପୁରୀରୁ ଭୁବନେଶ୍ୱର ଅଭିମୁଖେ ରବିବାର ସକାଳେ ଯାଉଥିବା ବେଳେ ଦାଣ୍ଡମୁକୁନ୍ଦପୁର ବାଇପାସ ରାସ୍ତାରେ ଦୁର୍ଘଟଣାର ଶିକାର ହୋଇଥିଲେ। କୌଣସି କାରଣରୁ ବାଇକ୍‌‌ଟି ଭାରସାମ୍ୟ ହରାଇ ରାସ୍ତାର ବାମପାର୍ଶ୍ବକୁ ମାଡିଯିବା ସହ ରାସ୍ତା କଡରେ ଥିବା ଏକ ସାଇକେଲକୁ ଧକ୍କା ଦେଇଥିଲା। ପରେ ରାସ୍ତା କଡ ନୟନଜୋରୀ ମଧ୍ୟକୁ ବାଇକ୍‌‌ଟି ଖସି ପଡ଼ିଥିଲା। ଫଳରେ ବାଇକ୍‌‌ ଆରୋହୀ ଉଭୟ ଯୁବକ ଗୁରୁତର ଭାବେ ଆହତ ହୋଇଥିଲେ। ଖବର ପାଇ ହାଇୱେ ପାଟ୍ରୋଲିଂ ପୁଲିସ ସେଠାରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ଆମ୍ବୁଲାନ୍ସ ଯୋଗେ ପିପିଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ଅବସ୍ଥା ଗୁରୁତର ଥିବାରୁ ପରେ ଉଭୟଙ୍କୁ କ୍ୟାପିଟାଲ ହସ୍‌‌ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଦୁର୍ଘଟଣାଗ୍ରସ୍ତ ବାଇକ୍‌‌କୁ ପୁଲିସ ଜବତ କରି ଘଟଣାର ତଦନ୍ତ ଚଳାଇଛି। ଉଭୟ ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି।

- Advertisement -

 

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories