www.samajalive.in
Monday, December 15, 2025
15.1 C
Bhubaneswar

ବିଜେଡି ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର; ୧୦୬ ୟୁନିଟ୍‌‌ ରକ୍ତ ସଂଗ୍ରହ

ପିପିଲି: ବିଜୁ ଜନତା ଦଳର ଜନସଂପର୍କ ପଦଯାତ୍ରା ଅବସରରେ ତେଇସିପୁର ପଞ୍ଚାୟତ ଅନ୍ତର୍ଗତ ପୋଡଙ୍ଗ ଗ୍ରାମସ୍ଥିତ ପ୍ରଦୀପ ମହାରଥୀ କଲ୍ୟାଣ ମଣ୍ଡପଠାରେ ମଙ୍ଗଳବାର ଏକ ବୃହତ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ତେଇସିପୁର ପଞ୍ଚାୟତର ବିଜେଡି ଏବଂ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ପକ୍ଷରୁ ଆୟୋଜିତ ଏହି ରକ୍ତଦାନ ଶିବିରରେ ମୋଟ୍‌‌ ୧୦୬ ୟୁନିଟ୍‌‌ ରକ୍ତ ସଂଗ୍ରହ ହୋଇଛି।

ମୁଖ୍ୟ ଅତିଥି ଭାବେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଯୋଗଦେଇ ଏହି ରକ୍ତଦାନ ଶିବିରକୁ ଉଦ୍‌‌ଘାଟନ କରିବା ସହ ସେଠାରେ ଥିବା ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଅନ୍ୟତମ ଅତିଥି ଭାବେ ବିଧାୟକ ରୁଦ୍ରପ୍ରତାପ ମହାରଥୀ, ସମାଜସେବୀ ଜାଗୃତୀ ପଣ୍ଡା ମହାରଥୀ, ଓଡ଼ିଶା ମୋ ପରିବାର ଜିଲା ସଂଯୋଜକ ଶୁଭାଶିଷ ଖୁଣ୍ଟିଆ, ପିପିଲି ବ୍ଲକ ଅଧ୍ୟକ୍ଷା ଦେବସ୍ୱିନୀ ନନ୍ଦ, ଉପାଧ୍ୟକ୍ଷ ପ୍ରଫୁଲ୍ଲ ସ୍ୱାଇଁ, ପିପିଲି ଏନ୍‌‌ଏସି ଅଧ୍ୟକ୍ଷ ସେକ୍‌‌ ବାବୁ ପ୍ରମୁଖ ଯୋଗଦେଇ ରକ୍ତଦାନର ଆବଶ୍ୟକତା ଓ ଉପକାରିତା ସଂପର୍କରେ ଆଲୋକପାତ କରିବା ସହ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ମହାରଥୀ ଓ ତାଙ୍କ ଧର୍ମପତ୍ନୀ ରକ୍ତଦାନ କରି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ପୁରୀ ବ୍ଲଡ୍‌‌ ବ୍ୟାଙ୍କ ଅଧିକାରୀ ଡାକ୍ତର ଦୀପକ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମୋଟ୍‌‌ ୧୦୬ ୟୁନିଟ୍‌‌ ରକ୍ତ ସଂଗ୍ରହ ହୋଇଥିଲା। କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ଯୁବ ସାମ୍ବାଦିକ ବିଜୟ କୁମାର ମହାପାତ୍ର ଓ ଯୁବ ସଂଗଠକ ପଦ୍ମଲୋଚନ ମହାପାତ୍ରଙ୍କୁ ଅଞ୍ଚଳରେ ରକ୍ତଦାନ କ୍ଷେତ୍ରରେ ଶ୍ରେଷ୍ଠ ଆୟୋଜକ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏହି ଅବସରରେ ସେଠାରେ ଚାରାରୋପଣ କରାଯାଇଥିଲା। ଜିଲା ପରିଷଦ ସଭ୍ୟ ଧରଣୀଧର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମକୁ ସମାଜସେବୀ ଜିତେନ୍ଦ୍ର ବରାଳ, ଫଗୁଭୂଷଣ ପରିଡ଼ା, ଜୟନ୍ତ କୁମାର ଦାସ ଓ ଦୁଷ୍ମନ୍ତ ବରାଳ ପ୍ରମୁଖ ପରିଚାଳନା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories