www.samajalive.in
Saturday, December 6, 2025
23.1 C
Bhubaneswar

ପୂର୍ବତନ ବିଧାୟକ ଯୁଧିଷ୍ଠୀର ସାମନ୍ତରାୟଙ୍କ ପରଲୋକ

ପିପିଲି : ପିପିଲିର ପୂର୍ବତନ ବିଧାୟକ ତଥା କଂଗ୍ରେସ ଦଳର ଟାଣୁଆ ନେତା ଯୁଧିଷ୍ଠୀର ସାମନ୍ତରାୟଙ୍କର ପରଲୋକ ଘଟିଛି। ସେ କିଛିଦିନ ଧରି ଅସୁସ୍ଥ ଥିଲେ। ସୋମବାର ସକାଳେ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯିବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍‌‌ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ୧୯୯୫ରୁ ୨୦୦୦ ମସିହା ପର୍ଯ୍ୟନ୍ତ ସେ କଂଗ୍ରେସ ଦଳରୁ ପିପିଲିର ବିଧାୟକ ଥିଲେ। କଂଗ୍ରେସ ଦଳର ଜଣେ ଟାଣୁଆ ନେତା ଭାବେ ସେ ସମଗ୍ର ରାଜ୍ୟରେ ପରିଚିତ ଥିଲେ। ତାଙ୍କ ପୁତ୍ର ପ୍ରୀୟବ୍ରତ ସାମନ୍ତରାୟ ଏବେ ଓଡିଶା ରାଜ୍ୟ ଖାଦ୍ୟ ଆୟୋଗର ସଦସ୍ୟ ଅଛନ୍ତି। ଶ୍ରୀସାମନ୍ତରାୟଙ୍କ ପରଲୋକରେ ପିପିଲିରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ପରଲୋକରେ ବିଧାୟକ ରୁଦ୍ରପ୍ରତାପ ମହାରଥୀ ଗଭୀର ଶୋକବ୍ୟକ୍ତ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

 

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories