www.samajalive.in
Saturday, December 13, 2025
21.1 C
Bhubaneswar

ସାଇ ଇଣ୍ଟିଗ୍ରାଲ ସ୍କୁଲର ବାର୍ଷିକ କ୍ରୀଡାତ୍ସୋବ

ପିପିଲି: ସାଇ ଇଣ୍ଟିଗ୍ରାଲ ସ୍କୁଲର ଉନ୍ନବିଂଶତମ ବାର୍ଷିକ କ୍ରୀଡା ଉତ୍ସବ ସ୍ଥାନୀୟ ଇନ୍ଦିରା ମଇଦାନ ଠାରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷା ସୁନନ୍ଦା ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‍ଘାଟନୀ ଉତ୍ସବରେ କଲ୍ୟାଣପୁର କଲେଜର ଅର୍ଥନିତୀ ବିଭାଗର ମୁଖ୍ୟ ପ୍ରାଧ୍ୟାପକ ଦିଲିପ କୁମାର ରଥ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‍ଘାଟନ କରିବା ଅବସରରେ କ୍ରୀଡାର ଉପାଦେୟତା ସଂପର୍କରେ ଆଲୋକପାତ କରିଥିଲେ। ଛାତ୍ରଛାତ୍ରୀଙ୍କ ମଧ୍ୟରେ ୨ଦିନ ଧରି ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ସେଠାରେ ଆୟୋଜିତ ‘ଖାଦ୍ୟବଜାର’ରେ ଛାତ୍ରଛାତ୍ରୀମାନେ ବିଭିନ୍ନ ଘରୋଇ ଖାଦ୍ୟ ପ୍ରସ୍ତୁତ କରି ବିକ୍ରି କରିଥିଲେ।

ଏହାର ଉଦ୍‍ଯାପନୀ ଉତ୍ସବରେ ସମାଜସେବୀ ଶୁଭେନ୍ଦୁ କୁମାର ଦାଶ ଅତିଥି ଭାବେ ଯୋଗଦେଇ କୃତୀ କ୍ରୀଡାବିତ୍‍ ମାନଙ୍କୁ ପୁରସ୍କୃତ କରିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷା ସୁନନ୍ଦା ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କ୍ରୀଡା ଉତ୍ସବକୁ କ୍ରୀଡା ଶିକ୍ଷକ ଲକ୍ଷ୍ମୀଧର ରାଉତ, ସହକାରୀ ଶିକ୍ଷକ ବିଜୟ କୁମାର ସାହୁ, ରବିନାରାୟଣ ମହାପାତ୍ର, ବିଜୟ କୁମାର ପ୍ରଧାନ, ଉମେଶ ଚନ୍ଦ୍ର ଶତପଥୀ, ତ୍ରିନାଥ ଦାଶ ପ୍ରମୁଖ ପରିଚାଳନା କରିଥିଲେ।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories