www.samajalive.in
Monday, December 15, 2025
24.1 C
Bhubaneswar

ଭକ୍ତ ଶିରୋମଣି ଦାସିଆଙ୍କ ମହାପ୍ରୟାଣ ଦିବସ, ଆଧ୍ୟାତ୍ମିକ ପତ୍ରିକା ‘ଭାବକୁ ନିକଟ’ ଉନ୍ମୋଚିତ

ପିପିଲି : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅନନ୍ୟ ଭକ୍ତ ଶିରୋମଣି ଦାସିଆଙ୍କ ରାଜ୍ୟସ୍ତରୀୟ ତିରୋଧାନ ଦିବସ ପବିତ୍ର ମାଘ ଶୁକ୍ଳ ଏକାଦଶୀ ତିଥିରେ ପିପିଲି ନିକଟବର୍ତ୍ତି ତେଇସିପୁର ପଞ୍ଚାୟତ ଅନ୍ତର୍ଗତ ବାଲିଗାଁ ସ୍ଥିତ ଭକ୍ତଙ୍କ ଜନ୍ମ ଓ ସାଧନା ପୀଠ ପରିସରରେ ଶନିବାର ସମାରୋହରେ ପାଳିତ ହୋଇଯାଇଛି।

ଭକ୍ତ ଦାସିଆ ସ୍ମୃତି କମିଟି ପକ୍ଷରୁ ପ୍ରତ୍ୟୁଷରେ ଭକ୍ତଙ୍କ ସମାଧିପୀଠରେ ପୁଷ୍ପମାଲ୍ୟ ଅର୍ପଣ କରାଯିବା ପରେ ବେଦ ଓ ଗୀତାପାଠ କରାଯାଇଥିଲା। ପୀଠ ପରିସରରେ ଶ୍ରାଦ୍ଧ କର୍ମ କରାଯାଇଥିବା ବେଳେ ସ୍ମୃତି କମିଟିର ଅଜୟ କୁମାର ଦାସ ମୁଖ୍ୟପୁରୋଧା ଭାବେ ଦାୟିତ୍ୱ ତୁଳାଇଥିଲେ। ଭକ୍ତ ଦାସିଆ ସଂକୀର୍ତ୍ତନ ମଣ୍ଡଳୀ ପକ୍ଷରୁ ନାମସଂକୀର୍ତ୍ତନ ପରିବେଷଣ କରାଯାଇଥିଲା। ମଧ୍ୟାହ୍ନରେ ଦୂର ଦୂରାନ୍ତରୁ ଆସିଥିବା ଭକ୍ତମାନଙ୍କୁ ପ୍ରସାଦସେବନର ବ୍ୟବସ୍ଥା କରାଯାଇଥିବା ବେଳେ ଭକ୍ତ ଦାସିଆଙ୍କ ପ୍ରୀୟ ଜାଉ ଓ ଶାଗ ଭୋଗକୁ ସମସ୍ତଙ୍କୁ ବଣ୍ଟନ କରାଯାଇଥିଲା। ସେଠାରେ ଥିବା ଭକ୍ତ ଦାସିଆଙ୍କ ସମାଧି ପୀଠ, ଶ୍ରୀଜଗନ୍ନାଥଙ୍କ ମନ୍ଦିର, ରାଧାମୋହନ ମଠ, ତୁଳସୀ ବଣ, ପଦ୍ମ ପୋଖରୀ ଓ ଭକ୍ତ ଦାସିଆ ତାଙ୍କ ପତ୍ନୀଙ୍କୁ ଜଳ ମଧ୍ୟରେ ରଥଯାତ୍ରା ଦେଖାଇଥିବା ଗୋଠଗାଡିଆ ନିକଟରେ ଶ୍ରଦ୍ଧାଳୁଙ୍କର ବେଶ୍‌‌ ଭିଡ ପରିଲକ୍ଷିତ ହୋଇଥିଲା।

- Advertisement -

ଏହି ଅବସରରେ ଭକ୍ତ ଦାସିଆ ସ୍ମୃତି କମିଟିର ସଭାପତି ଡକ୍ଟର ପ୍ରତିଭା ମହାରଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ମୃତି ସଭାରେ ଅତିଥି ଭାବେ ଏମ୍ସ ର ପ୍ରାକ୍ତନ ନିର୍ଦ୍ଦେଶକ ପ୍ରଫେସର ଅଶୋକ କୁମାର ମହାପାତ୍ର, କିଟ୍‌‌ ଯୁକ୍ତ୨ ବିଜ୍ଞାନ କଲେଜର ଅଧ୍ୟକ୍ଷ ଡ଼ଃ ଚିତ୍ତରଞ୍ଜନ ମିଶ୍ର, ଏସ୍‌‌ବିଆଇ ର ପ୍ରାକ୍ତନ ମହାପ୍ରବନ୍ଧକ ବିବେକାନନ୍ଦ ମହାପାତ୍ର, କଣ୍ଠଶିଳ୍ପୀ ହୃଦାନନ୍ଦ ମହାପାତ୍ର, ଅନୁଷ୍ଠାନର ବରିଷ୍ଟ ସଦସ୍ୟ ଅର୍ଜ୍ଜୁନ ଚରଣ ସାମଲ, ବୃନ୍ଦାବନ ମହାପାତ୍ର, ମନୋରଞ୍ଜନ ମହାନ୍ତି, ସ୍ୱୟଂ ପ୍ରକାଶ ପରିଡା ପ୍ରମୁଖ ଯୋଗଦେଇ ଭକ୍ତ ଦାସିଆଙ୍କ ସଂପର୍କରେ ଆଲୋକପାତ କରିଥିଲେ।

ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଥିବା ସଂପର୍କକୁ ତତ୍ତ୍ୱଭିତିକ ଉଦାହରଣ ଦେଇ ସମୀକ୍ଷା କରିବା ସହ ଯୁଗ ଯୁଗ ଧରି ଭାରତୀୟ ସଂସ୍କୃତି ଓ ପରମ୍ପରା ଆଧ୍ୟାତ୍ମିିକତାରେ ପରିପୂର୍ଣ୍ଣ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ସ୍ମୃତି କମିଟିର ସାଧାରଣ ସମ୍ପାଦକ ଡଃ ଘନଶ୍ୟାମ ସ୍ୱାଇଁ ବାର୍ଷିକ ବିବରଣୀ ପାଠ କରିବା ସହ ଦାସିଆ ପୀଠର ଉନ୍ନତିକଳ୍ପେ ତୀର୍ଥଯାତ୍ରୀମାନଙ୍କୁ ଆକର୍ଷିତ କରିବା ପାଇଁ ନିକଟସ୍ଥ ରତ୍ନଚିରା ନଦୀରେ ନୌକାବିହାର ପ୍ରକଳ୍ପ କରାଯିବା ନିମନ୍ତେ ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗର ଦୃଷ୍ଟି ଆକର୍ଷଣ କରିଥିଲେ।

ଏହି ଅବସରରେ ତ୍ରୟୋମାସିକ ଆଧ୍ୟାତ୍ମିକ ପତ୍ରିକା ‘ଭାବକୁ ନିକଟ’ର ଦଶମ ବର୍ଷର ପ୍ରଥମ ସଂସ୍କରଣକୁ ଅତିଥିମାନେ ଉନ୍ମୋଚନ କରିଥିଲେ। ଅପରାହ୍ନରେ ପୁରୀ ଡ୍ୟାନ୍ସ ଏକାଡେମୀର କଳାକାରଙ୍କ ଦ୍ୱାରା ଓଡିଶୀ ନୃତ୍ୟ ପରିବେଷଣ କରାଯାଇଥିଲା।

Hot this week

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

Related Articles

Popular Categories