www.samajalive.in
Saturday, December 6, 2025
23.1 C
Bhubaneswar

ପିପିଲିରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

ପିପିଲି : ପିପିଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ମଙ୍ଗଳବାର ସ୍ୱାୟତ୍ତ ଶାସନ ଦିବସ କୋଭିଡ୍‍ ଗାଇଡ୍‍ଲାଇନ ଅନୁପାଳନ ପୂର୍ବକ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରତ୍ୟୁଷରେ ପୌରାଞ୍ଚଳର ବିଭିନ୍ନ ୱାର୍ଡରେ ସଫେଇ କାର୍ଯ୍ୟ କରାଯାଇଥିଲା । ଏନ୍‍ଏସିର ବିଭିନ୍ନ ବିଭାଗର ଅଧିକାରୀ, ଯନ୍ତ୍ରୀଙ୍କ ସମେତ ସମସ୍ତ କର୍ମଚାରୀମାନେ ଥାନା ସମ୍ମୁଖରେ ଥିବା ମହାତ୍ମାଗାନ୍ଧିଙ୍କ ପ୍ରତିମୂର୍ତ୍ତୀ ଓ ବିଜୁ ପଟ୍ଟନାୟକଙ୍କ ଶିଶୁ ଉଦ୍ୟାନ ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିଥିଲେ । ପରେ ପୌର କାର୍ଯ୍ୟାଳୟ ପରିସରରେ ପତାକା ଉତ୍ତୋଳନ କରାଯାଇଥିବା ବେଳେ ଯନ୍ତ୍ରୀ ବିଭୂତି ତ୍ରିପାଠୀ, କର୍ମଚାରୀ ଅଶୋକ କୁମାର ଦାଶ, କୈଳାଶ ଚନ୍ଦ୍ର ସ୍ୱାଇଁ, ବିଜୟ କୁମାର କୋଦମାନସିଂ ପ୍ରମୁଖ ସ୍ୱାୟତ୍ତ ଶାସନ ଦିବସ ପାଳନ ସଂପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ଏନ୍‍ଏସିର ସଫେଇ କର୍ମଚାରୀ ଓ ସ୍ୱଚ୍ଛ କର୍ମୀମାନଙ୍କୁ ପୋଷାକ ବିତରଣ କରାଯିବା ସହ ସମ୍ମାନିତ କରାଯାଇଥିଲା ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories