www.samajalive.in
Monday, December 8, 2025
27.1 C
Bhubaneswar

ବିଦ୍ୟାଳୟରେ ଭାଷା, ସାହିତ୍ୟ ଓ ସୃଜନଶୀଳତା କାର୍ଯ୍ୟକ୍ରମ

ପିପିଲି :ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଉପଲକ୍ଷେ ଶନିବାର ଦିନ ପିପିଲି ବ୍ଲକର ବିଭିନ୍ନ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମାନଙ୍କରେ ଭାଷା, ସାହିତ୍ୟ, ସୃଜନଶୀଳତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପ୍ରଥମେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡିଆ ଭାଷାର ପ୍ରଚାର ପ୍ରସାର ପାଇଁ ଶପଥ ପାଠ କରାଯାଇଥିଲା।

ଏହି ପରିପ୍ରେକ୍ଷୀରେ ଗୋବିନ୍ଦପୁର କ୍ଲଷ୍ଟର ଅନ୍ତର୍ଗତ ନୀଳକଣ୍ଠ ନୋଡାଲ ୟୁପି ସ୍କୁଲ ଠାରେ ସିଆର୍‍ସିସି ଚିନ୍ତାମଣୀ ଓଝାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ପୁବାଶାସନ ସ୍ଥିତ ମହାତ୍ମାଗାନ୍ଧୀ ସ୍ମୃତି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ଓଡିଆ ବିଭାଗର ମୁଖ୍ୟ ପ୍ରାଧ୍ୟାପକ ଶଙ୍କର ପ୍ରସାଦ ତ୍ରିପାଠୀ, ପିପିଲି ଏବିଇଓ ସ୍ୱପ୍ନାରାଣୀ ପରିଡା, ପ୍ରଧାନଶିକ୍ଷକ ରବିନ୍ଦ୍ର କୁମାର ସାହୁ, ସମାଜସେବୀ ଘନଶ୍ୟାମ ଭୋଇ, ବିଚିତ୍ରାନନ୍ଦ ପଣ୍ଡା ପ୍ରମୁଖ ଯୋଗଦେଇ ଓଡିଆ ଭାଷା, ସାହିତ୍ୟ, ସୃଜନଶୀଳତା ସଂପର୍କରେ ବକ୍ତବ୍ୟ ଦେଇଥିଲେ।

- Advertisement -

ଶିକ୍ଷୟିତ୍ରୀ ସୁନିତା ନାୟକ ସଭାକାର୍ଯ୍ୟକୁ ପରିଚାଳନା କରିଥିଲେ। ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ କୁଇଜ୍‍, କବିତା ଲିଖନ, ଗଳ୍ପ, ଚିତ୍ରକଳା, ନୃତ୍ୟ ଆଦି ପ୍ରତିଯୋଗିତା କରାଯାଇ ପୁରସ୍କାର ବିତରଣ କରାଯାଇଥିଲା। ସମସ୍ତ କାର୍ଯ୍ୟକ୍ରମକୁ ଶିକ୍ଷୟିତ୍ରୀ ଅଞ୍ଜଳୀ ମହାନ୍ତି, କନକଲତା ତ୍ରିପାଠୀ, କବିତା ମହାପାତ୍ର, ଦୟାନିଧି ଷଡଙ୍ଗୀ, ବିସ୍ମିତା ମହାନ୍ତି, ସସ୍ମିତା ବେହେରା, ପ୍ରକାଶିନୀ ବ୍ରହ୍ମା ପ୍ରମୁଖ ପରିଚାଳନା କରିଥିଲେ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories