www.samajalive.in
Sunday, December 7, 2025
26.1 C
Bhubaneswar

ପିପିଲିରେ ରଥଯାତ୍ରା ମହା ସମାରୋହରେ ସଂପନ୍ନ

ପିପିଲି : ପିପିଲିର ଆରାଧ୍ୟ ଠାକୁର ପ୍ରଭୁ ଶ୍ରୀ ପତିତପାବନ ଦେବଙ୍କ ପବିତ୍ର ରଥଯାତ୍ରା ମହା ସମାରୋହରେ ସଂପନ୍ନ ହୋଇଯାଇଛି। ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଦରଜୀସାହି ସ୍ଥିତ ପ୍ରଭୁ ଶ୍ରୀପତିତପାବନ ଦେବଙ୍କ ମନ୍ଦିରରେ ଗୁରୁବାର ସକାଳେ ମହାପ୍ରଭୂ ଶ୍ରୀଜଗନ୍ନାଥ, ବଡଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କର ବିଭିନ୍ନ ରିିତୀନିତୀ ସଂପନ୍ନ କରାଯିବା ପରେ ପୂର୍ବାହ୍ନ ୧୦ଟା ୧୫ ମିନିଟ୍‍ରେ ପହଣ୍ଡି କରାଯାଇ ଠାକୁରମାନଙ୍କୁ ରଥାରୁଢ କରାଯାଇଥିଲା। ମନ୍ଦିରର ମୁଖ୍ୟ ପୂଜକ ଲକ୍ଷ୍ମୀଧର ପଣ୍ଡାଙ୍କ ଦ୍ୱାରା ପୂଜାର୍ଚ୍ଛନା କରାଯାଇଥିବା ବେଳେ ଦଇତା ସେବକ ଜୟଦେବ ମହାପାତ୍ର, ଅକ୍ଷୟ ମହାପାତ୍ର ଓ ଚନ୍ଦନ ମହାପାତ୍ର ଠାକୁରଙ୍କ ବିଭିନ୍ନ ସେବାନିତୀ କରିଥିଲେ। ପୂର୍ବତନ ପୌରାଧ୍ୟକ୍ଷ ତଥା ସମାଜସେବୀ ଗୋକୁଳାନନ୍ଦ ମହାନ୍ତି ଠାକୁରମାନଙ୍କର ଛେରା ପହଁରା କରିବା ପରେ ମଧ୍ୟାହ୍ନ ସାଢେ ଗୋଟାଏ ସମୟରେ ରଥଟଣା ଆରମ୍ଭ ହୋଇଥିଲା। ଘଣ୍ଟ, ଘଣ୍ଟା, କାହାଳୀ, ମୃଦଙ୍ଗ ସାଙ୍ଗକୁ ହରିବୋଲ, ହୁଳହୁଳି ଧ୍ୱନିରେ ରଥଟଣା ରାସ୍ତା ପ୍ରକମ୍ପିତ ହୋଇଥିଲା। ଶ୍ରୀପତିତପାବନ ଦେବଙ୍କ ମନ୍ଦିର ଠାରୁ ମଢିଆଳି ସାହି ସ୍ଥିତ ମା’ପଢେଇଶୁଣି ଠାକୁରାଣୀଙ୍କ ମନ୍ଦିର ପର୍ଯ୍ୟନ୍ତ ଦୀର୍ଘ ଅଢେଇ କିଲୋମିଟର ରାଜପଥ ଉପରେ ଶତାଧିକ ଭକ୍ତ ଝିପି ଝିପି ବର୍ଷାରେ ରଥକୁ ଟାଣି ଟାଣି ଆଣିଥିଲେ। ରଥ ଉପରେ ଲକ୍ଷ୍ମୀଧର ମିଶ୍ର ଡାହୁକ ରୁପେ କାର୍ଯ୍ୟ ସଂପାଦନ କରିଥିଲେ। ଅପରାହ୍ନ ୫ଟାରେ ରଥ ପହଞ୍ଚିବା ପରେ ତିନି ଠାକୁରଙ୍କୁ ପହଣ୍ଡି କରାଯାଇ ମା’ ପଢେଇଶୁଣି ଠାକୁରାଣୀଙ୍କ ମନ୍ଦିର ସଂଲଗ୍ନ ମାଉସୀ ମା’ଙ୍କ ମନ୍ଦିରକୁ ନିଆଯାଇଥିଲା। ପିପିଲି ରଥଯାତ୍ରା ପରିଚାଳନା କମିଟିର ସଭାପତି ଇଂ ରମେଶ ଚନ୍ଦ୍ର ଶତପଥି, ଉପସଭାପତି ବାମଦେବ ମିଶ୍ର, ସଂପାଦକ ପ୍ରଭାତ କୁମାର ମହାପାତ୍ର, ରମେଶ ଚନ୍ଦ୍ର ମହାପାତ୍ର, ଉପଦେଷ୍ଠା ତଥା ବରିଷ୍ଠ ଆଡ୍‍ଭୋକେଟ ସୁଧିର ମହାନ୍ତି, ମନ୍ଦିରର ଟ୍ରଷ୍ଟି ସୁରେଶ ଚନ୍ଦ୍ର ମହାପାତ୍ର, ମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ସଭାପତି ବିଜୟ କୁମାର ମହାପାତ୍ର, ମୁଖ୍ୟ ଉପଦେଷ୍ଠା ନୃସିଂହ ମହାପାତ୍ର, ପ୍ରଭାକର ପଣ୍ଡା, ଆଡ୍‍ଭୋକେଟ୍‍ ଅକ୍ଷୟ ଦିକ୍ଷିତ, ମନୋଜ ପ୍ରଧାନ, ବିଭୂନା ସାମନ୍ତରାୟ, ଶିକ୍ଷାବିତ୍‍ ସଚ୍ଚିଦାନନ୍ଦ ନାୟକ ପ୍ରମୁଖ ଏହି ରଥଯାତ୍ରାକୁ ପରିଚାଳନା କରିଥିଲେ। ଶାନ୍ତି ଶୃଙ୍ଖଳା ରକ୍ଷା ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପିପିଲି ପୁଲିସ ଉପସ୍ଥିତ ରହିଥିବା ବେଳେ ପିପିଲି କଲେଜର ସମର ଶିକ୍ଷାର୍ଥି ବାହିନୀ, ବିଦ୍ୟୁତ ବିଭାଗର କର୍ମଚାରୀଙ୍କ ସମେତ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତାମାନେ ଏଥିରେ ସହଯୋଗ କରିଥିଲେ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories