www.samajalive.in
Tuesday, December 9, 2025
26.1 C
Bhubaneswar

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା

ପିପିଲି : ପିପିଲି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବାର୍ଷିକ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶିଶୁ, ବାଲ ଓ କିଶୋର ବିଭାଗରେ ୧୫୦ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଏଥିସହ ଗଣିତ ଓ ବିଜ୍ଞାନ ପ୍ରୟୋଗ, ସଂସ୍କୃତ ଜ୍ଞାନ, ବିଜ୍ଞାନ ପତ୍ରବାଚନ, ଗଣିତ ପତ୍ରବାଚନ, ସଂସ୍କୃତ କଥା କଥନ ଓ ଆଶୁ ଭାଷଣ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।
ଏହି ଜ୍ଞାନ ବିଜ୍ଞାନ ମେଳାକୁ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ରାମଚନ୍ଦ୍ର ଦାଶ ଉଦ୍‌‌ଘାଟନ କରିଥିଲେ । ଏହି ଅବସରରେ ବିଦ୍ୟାମନ୍ଦିରର ପରିଚାଳନା କମିଟି ସଭାପତି ବିକ୍ରମ କେଶରୀ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପରିଚାଳନା କମିଟି ସଂପାଦକ ତଥା ବରିଷ୍ଠ ଆଇନଜୀବୀ ରମାକାନ୍ତ ସାହୁ, ଉପସଭାପତି ତଥା ଅବସରପ୍ରାପ୍ତ ପ୍ରାଧ୍ୟାପିକା ଅର୍ଚ୍ଚନା ସାହୁ, ଯୁଗ୍ମ ସଂପାଦକ ଶିକ୍ଷାବିତ୍‌‌ ରମାକାନ୍ତ ନାୟକ, କୋଷାଧ୍ୟକ୍ଷ ରାକେଶ ମହାପାତ୍ର, ସଦସ୍ୟ ଶଙ୍କର୍ଷଣ ପ୍ରଧାନ, କଳ୍ପନା ବେହେରା, ବରିଷ୍ଠ ଶିକ୍ଷାବିତ୍‌‌ ରଘୁନାଥ ଜେନା ପ୍ରମୁଖ ଯୋଗଦେଇ ଅଧୁନା ସମାଜରେ ବିଜ୍ଞାନ ବିନା ଜୀବନ ଜୀବିକା ଅସମ୍ଭବ ବୋଲି ମତବ୍ୟକ୍ତ କରିଥିଲେ । ବିଦ୍ୟାମନ୍ଦିରର ପ୍ରଧାନାଚାର୍ଯ୍ୟ ନେତ୍ରାନନ୍ଦ ଜେନା ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ବିଜ୍ଞାନ ସଙ୍କୁଳ ପ୍ରମୁଖ ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -

ଏହି ଅବସରରେ ଛାତ୍ରଛାତ୍ରୀମାନେ ନିଜ ନିଜର ବିଜ୍ଞାନ ପ୍ରକଳ୍ପ ଗୁଡିକୁ ପ୍ରଦର୍ଶନ କରିଥିଲେ। ଏହାକୁ ଦେଖିବା ପାଇଁ ଛାତ୍ରଛାତ୍ରୀ, ଅଭିଭାବକ ଓ ବିଜ୍ଞାନ ପ୍ରେମୀଙ୍କ ଭିଡ ଜମିଥିଲା । ଅପରାହ୍ନରେ ବିଦ୍ୟାମନ୍ଦିରର ପରିଚାଳନା କମିଟି ସଭାପତି ଶ୍ରୀ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ବରିଷ୍ଠ ଆଚାର୍ଯ୍ୟା ଅନ୍ନପୂର୍ଣ୍ଣା ଜେମା ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Hot this week

ଭାରତର ପ୍ରଥମ ଉଇକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ପ୍ରଥମ ଝଟ୍‌କା ଲାଗିଛି।...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories