www.samajalive.in
Sunday, December 7, 2025
26.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଚାଲିଗଲା ସ୍ବାଦିଷ୍ଟ ମସଲାର ପରିଚାଳନା ନିର୍ଦେଶକ ପିୟୁଷ ଅଗ୍ରୱାଲଙ୍କ ଜୀବନ

କଟକ : ସମାଜସେବୀ ହେମନ୍ତ ଅଗ୍ରୱାଲଙ୍କ ପୁତ୍ର ତଥା ସ୍ବାଦିଷ୍ଟ ମସଲାର ପରିଚାଳନା ନିର୍ଦେଶକ ପିୟୁଷ ଅଗ୍ରୱାଲ (୩୦)ଙ୍କର ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଭୁବନେଶ୍ବର-କଟକ ଜାତୀୟ ରାଜପଥ-୧୬ରେ ସେ ଏକ ସାଇକଲରେ ଫୁଲନଖରାରୁ କଟକ ଆସୁଥଲା ବେଳେ ତେଲେଙ୍ଗାପେଣ୍ଠ ନିକଟସ୍ଥ ପଣ୍ଡା ନର୍ସିଂହୋମ ନିକଟରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଏକ ଟ୍ରକ ତାଙ୍କୁ ସାଇକଲକୁ ଧକ୍କା ହେବାରୁ ସେ ଗୁରୁତର ଆହତ ହୋଇଥିଲେ। ଫଳରେ ତାଙ୍କୁ ସଙ୍ଗେ ସଙ୍ଗେ ବଡ଼ମେଡିକାଲ ନିଆଯାଇଥିଲା। ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା। ତାଙ୍କ ମୃତଦେହକୁ କଟକ ଜାଉଁଳିଆପଟି ବାସଭବନକୁ ନିଆଯାଇଥିଲା। ଖାନନଗର ଶ୍ମଶାନରେ ଅନ୍ତିମ ସଂସ୍କାର କରାଯାଇଥିଲା। ଏହି ଖବର ପ୍ରଚାରିତ ହୋଇଯିବା ପରେ ସହରର ମାରୱାଡି ସମାଜରେ ଶୋକର ଛାୟା ଖେଳିଯାଇଛି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories