www.samajalive.in
Wednesday, December 10, 2025
26.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା ଭାବେ ନିଯୁକ୍ତ ହେଲେ ପିକେ ସିହ୍ନା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏସଡି ଭାବେ କାର୍ଯ୍ୟ କରୁଥିବା ପ୍ରଦୀପ କୁମାର ସିହ୍ନା ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରମୁଖ ଉପଦେଷ୍ଟା ଭାବେ ନିଯୁକ୍ତ ହୋଇଛନ୍ତି। ସେ ଉତ୍ତରପ୍ରଦେଶ କ୍ୟାଡରର ୧୯୭୭ ବ୍ୟାଚର ଆଇଏଏସ ଅଧିକାରୀ। ଜୁନ ୧୩, ୨୦୧୫ରୁ ଅଗଷ୍ଟ ୩୦, ୨୦୧୯ ମଧ୍ୟରେ ଶ୍ରୀ ସିହ୍ନା କ୍ୟାବିନେଟ ସଚିବ ଭାବେ କାର୍ଯ୍ୟ କରିଥିଲେ। ତାଙ୍କ ଉଜ୍ଜ୍ୱଳ କ୍ୟାରିଅରରେ ସେ ଶକ୍ତି ଓ ଜାହାଜ ଚଳାଚଳ ମନ୍ତ୍ରଣାଳୟର ସଚିବ ଭାବେ କାର୍ଯ୍ୟ କରିଛନ୍ତି। ସେ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ସ୍ୱତନ୍ତ୍ର ସଚିବ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି।

ଦିଲ୍ଲୀ ବିଶ୍ୱବିଦ୍ୟାଳୟର ସେଣ୍ଟ୍ ଷ୍ଟିଫେନ୍ସ କଲେଜରେ ଶ୍ରୀ ସିହ୍ନା ଅର୍ଥନୀତିରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ଏହାପରେ ଦିଲ୍ଲୀ ସ୍କୁଲ ଅଫ ଇକୋନୋମିକ୍ସରେ ସେ ଅର୍ଥନୀତିରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ। ଚାକିରିରେ ଥିବା ସମୟରେ ସେ ମଧ୍ୟ ପବ୍ଲିକ ଆଡମିନଷ୍ଟ୍ରେସନରେ ମାଷ୍ଟର୍ସ ଡିପ୍ଲୋମା ଏବଂ ସମାଜ ବିଜ୍ଞାନରେ ଏମଫିଲ ଡିଗ୍ରୀ ହାସଲ କରିଥିଲେ।

- Advertisement -

ଆଇଏଏସ ଭାବେ ତାଙ୍କ ଦୀର୍ଘ କ୍ୟାରିଅରରେ ଶ୍ରୀ ସିହ୍ନା ଉଭୟ ଉତ୍ତରପ୍ରଦେଶ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ପଦ-ପଦବୀରେ ସଫଳତାର ସହ କାର୍ଯ୍ୟ କରିଛନ୍ତି। ଶ୍ରୀ ସିହ୍ନା ଜଉନପୁର, ଆଗ୍ରାର ଜିଲ୍ଲା ମାଜିଷ୍ଟ୍ରେଟ, ବାରାଣସୀର କମିଶନର, ସଚିବ (ପ୍ଲାନିଂ) ଓ ପ୍ରମୁଖ ସଚିବ (ଜଳସେଚନ) ଆଦି ପଦରେ ସଫଳତାର ସହ କାର୍ଯ୍ୟ କରିଛନ୍ତି। କେନ୍ଦ୍ର ସରକାରରେ ମୁଖ୍ୟତଃ ଶକ୍ତି ଓ ଭିତ୍ତିଭୂମି କ୍ଷେତ୍ରରେ ଯେପରିକି ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ, ଶକ୍ତି ମନ୍ତ୍ରଣାଳୟ ଏବଂ ଜାହାଜ ଚଳାଚଳ ମନ୍ତ୍ରଣାଳୟରେ ସେ ଅନେକ ବର୍ଷ ଧରି କାର୍ଯ୍ୟ କରିଛନ୍ତି।

Hot this week

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ; ପିଲାଙ୍କୁ ଛୁଟି କରି ତନାଘନା ଜାରି

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଦିଲ୍ଲୀର ଅନେକ ସ୍କୁଲକୁ ପୁଣି ଥରେ...

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

Related Articles

Popular Categories