www.samajalive.in
Wednesday, November 12, 2025
28.1 C
Bhubaneswar

ଓଏସଏପି ଅଷ୍ଟମ ବାଟାଲିୟନରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଗଞ୍ଜାମ: ଗଞ୍ଜାମ ଥାନା ଅନ୍ତର୍ଗତ ଛତ୍ରପୁର ଓଏସଏପି ଅଷ୍ଟମ ବାଟାଲିୟନ ପରିସରରେ ରବିବାର ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସାହା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜି ଏସ ହେଲପିଙ୍ଗ ହ୍ୟାଣ୍ଡ ଫାଉଣ୍ଡେସନ ସହଯୋଗରେ ଆୟୋଜିତ କାର୍ଯ୍ୟକ୍ରମରେ ବାଟାଲିୟନ କମାଣ୍ଡେଣ୍ଟ ସୂର୍ଯ୍ୟନାରାୟଣ ମଲିକ ମୁଖ୍ୟ ଅତିଥିଭାବେ ଯୋଗଦେଇ ବୃକ୍ଷରୋପଣ କରି କାର୍ଯ୍ୟକ୍ରମର ଶୁଭରମ୍ଭ କରିଥିଲେ। ପ୍ରତ୍ୟେକ ବ୍ୟକ୍ତି ଅତି କମରେ ୧୦ଟି ଲେଖାଏଁ ଗଛ ଲଗାଇ ତାର ଯତ୍ନ ନେବାକୁ ପରାମର୍ଶ ଦେଇଥିଲେ। ସାହା ଚାରିଟେବୁଲ ଟ୍ରଷ୍ଟ ମୁଖ୍ୟ ଜୀବନ ବାବା ସମ୍ମାନିତ ଅତିଥିଭାବେ ଯୋଗଦେଇ ପରିବେଶ ସୁରକ୍ଷାକୁ ନେଇ ବୃକ୍ଷରୋପଣ ଆବଶ୍ୟକତା ସମ୍ପର୍କରେ ମତ ପ୍ରକାଶ କରିଥିଲେ। ବାଟାଲିୟନ ପରିସରରେ ଆମ୍ବଗଛ ରୋପଣ କରାଯାଇଥିଲା। ଆସିଷ୍ଟାଣ୍ଟ କମାଣ୍ଡେଣ୍ଟ ଏଲ .ଏନ ବେହେରା, ସୁବେଦାର ଏମ୍. କେ ଦାଶ, ପି .କେ ସେଠି, କେ. ସିଏଚ ବେହେରା, ଡେପୁଟି ସୁବେଦାର ଏସ. କେ ସାହୁ, ଟଟନ ଦାଶ, ପି .କେ ତ୍ରିପାଠୀ, ଗୋପୀନାଥ ପ୍ରଧାନ, ହାବିଲଦାର ଓ ସିପାହୀ ଶାଖା ସଙ୍ଘ ସଭାପତି ଅଜିତ କୁମାର ଦାଶ ପ୍ରମୁଖଙ୍କ ସହ ସଂଘର କର୍ମକର୍ତ୍ତାମାନେ ଉପସ୍ଥିତ ରହି ବାଟାଲିୟନ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମର ସୁପରିଚାଳନା କରିଥିଲେ।

Hot this week

ଏକ୍‌ଜିଟ୍‌ ପୋଲ୍‌କୁ ଖାରଜ କରିଛନ୍ତି ତେଜସ୍ୱୀ ଯାଦବ

ସମାଜ ଲାଇଭ୍ ଡେସ୍କ : ବିହାରରରେ ସମସ୍ତ ପର୍ଯ୍ୟାୟ ମତଦାନ ଶେଷ...

ନୂଆପଡ଼ା ଉପନିର୍ବାଚନରେ ଐତିହାସିକ ୮୩.୪୫% ମତଦାନ

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନରେ ଏଥର ରେକର୍ଡ ମତଦାନ ହୋଇଛି। ଚଳିତ...

ହସ୍ପିଟାଲରୁ ଡିସଚାର୍ଜ ହେଲେ ଧର୍ମେନ୍ଦ୍ର

ମୁମ୍ବାଇ: ସୁସ୍ଥ ହୋଇ ଘରକୁ ଫେରିଲେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର। ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା...ଆଉ ଗୋଟିଏ ଦିନ ବଢ଼ିଲା ଐତିହାସିକ କଟକ...

ଦିଲ୍ଲୀ ବିସ୍ଫୋରଣ : ଜାନୁଆରୀ ୨୬ରେ ହୋଇଥିଲା ଯୋଜନା

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାରେ ସାମ୍ନାକୁ ଆସିଲା...

Related Articles

Popular Categories