www.samajalive.in
Friday, December 12, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳନ ଅବସରରେ ବୃକ୍ଷରୋପଣ ଓ ସଫେଇ କାର୍ଯ୍ୟକ୍ରମ

ପିପିଲି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ ଅବସରରେ ପିପିଲି ବିଜେଡି ପକ୍ଷରୁ ବୃକ୍ଷରୋପଣ ଓ ସଫେଇ କାର୍ଯ୍ୟକ୍ରମ କରାଯାଇଛି । ପିପିଲିର ନବନିର୍ବାଚିତ ବିଧାୟକ ରୁଦ୍ରପ୍ରତାପ ମହାରଥୀ ଶନିବାର ସକାଳେ ପିପିଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ନିଜର କର୍ମୀ, ସମର୍ଥକ ଓ ଦଳର ପୁରୁଖାନେତାଙ୍କ ସହ ପହଞ୍ଚି ସେଠାରେ ସାମୁହିକ ସଫେଇ କରିଥିଲେ । ଡାକ୍ତରଖାନାରେ ଥିବା ରୋଗୀଙ୍କୁ ପାଉଁରୁଟି, କ୍ଷୀର ଓ ଫଳ ବଣ୍ଟନ କରିବା ସହ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ପରେ ଦାଣ୍ଡମୁକୁନ୍ଦପୁରର ବାଲିପଡିଆ ଠାରେ ରୁଦ୍ର ବୃକ୍ଷରୋପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ପିପିଲି ବ୍ଳକ ବିଜେଡି ସଭାପତି ପ୍ରଫୁଲ୍ଲ ସ୍ୱାଇଁ, ବ୍ଲକ ଉପାଧ୍ୟକ୍ଷ ଯୁଧିଷ୍ଠୀର ସ୍ୱାଇଁ, ବ୍ଲକ ଆତ୍ମା କମିଟି ଅଧ୍ୟକ୍ଷ ଧରଣୀଧର ସାହୁ, ଜିଲା ଯୁବ ବିଜେଡି ସଭାପତି ନାରାୟଣ ସ୍ୱାଇଁ, ପୂର୍ବତନ ପୌରାଧ୍ୟକ୍ଷ ସେକ୍‍ ବାବୁ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories