ବେଗୁନିଆ : ବେଗୁନିଆ ମହାବିଦ୍ୟାଳୟର ଜାତୀୟ ସେବା ସଂସ୍ଥା ଓ ରେଡ଼କ୍ରସର ମିଳିତ ଆନୁକୂଲ୍ୟରେ ମହାବିଦ୍ୟାଳୟ ପରିସରରେ ଆଜି ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଦିଲ୍ଲୀପ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଛାତ୍ରଛାତ୍ରୀ, ଅଧ୍ୟାପକ ଏବଂ କର୍ମଚାରୀମାନଙ୍କୁ ନେଇ ଏକ ସାଧାରଣ ସଭାର ଆୟୋଜନ କରାଯାଇଥିଲା। ବେଗୁନିଆ ତହସିଲଦାର ପୃଥ୍ୱୀରାଜ ମଣ୍ଡଳ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବୃକ୍ଷ ମାନବ ଜାତିକୁ ରକ୍ଷା କରିବ, ତେଣୁ ଆମେ ତାର ଯତ୍ନ ନେଲେ ସେ ଆମର ଯତ୍ନ ନେବ ବୋଲି ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମହାବିଦ୍ୟାଳୟର ଜାତୀୟ ସେବା ସଂସ୍ଥା ଅଧିକାରୀ ପ୍ରାଧ୍ୟାପକ କାର୍ତ୍ତିକ ଚନ୍ଦ୍ର ପୃଷ୍ଟି ଓ ଅଧ୍ୟାପିକା ବିଜୟଲଷ୍ମୀ ସୁବୁଦ୍ଧି ତଥା ରେଡ଼କ୍ରସ କାଉନସିଲର ଅଧ୍ୟାପକ ବିଧୁଭୂଷଣ ରାଉତ ପ୍ରମୁଖ ଯୋଗ ଦେଇ ବୃକ୍ଷରୋପଣର ଆଭିମୁଖ୍ୟ ଓ ଉପକାରିତା ଉପରେ ଆଲୋକପାତ କରିଥିଲେ । ମୁଖ୍ୟ କିରାଣୀ ଫକୀର ମୋହନ ବେହେରା ଓ ପ୍ରସନ୍ନକୁମାର ସାହୁଙ୍କ ସହଯୋଗରେ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ପ୍ରାଧ୍ୟାପକ ଡ଼ଃ ମନମୋହନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।
Popular Categories



