www.samajalive.in
Saturday, December 6, 2025
23.1 C
Bhubaneswar

ମଙ୍ଗଳବାରଠାରୁ ଗଞ୍ଜାମରେ ପ୍ଲାଜ୍‌ମା ଥେରାପି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ବର: ଆସନ୍ତାକାଲିଠାରୁ ଗଞ୍ଜାମରେ ଆରମ୍ଭ ହେବ ପ୍ଲାଜମା ଥେରାପି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କରେ ଘୋଷଣା କରିଛନ୍ତି । ଗଞ୍ଜାମ ଜିଲାର କରୋନା ସ୍ଥିତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିବା ସହ ଏଥିନିମନ୍ତେ ୨୫ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ –
• ଆସନ୍ତାକାଲି ଗଞ୍ଜାମ ଜିଲ୍ଲାର ଶୀତଳାପଲ୍ଲୀସ୍ଥିତ ଟାଟା କୋଭିଡ ହସ୍‌ପିଟାଲରେ ପ୍ଲାଜ୍‌ମା ଥେରାପି ଆରମ୍ଭ କରାଯିବ। ଏହାଦ୍ବାରା ଗଞ୍ଜାମ ଓ ଆଖପାଖ ଜିଲ୍ଲାର ଗୁରୁତର କୋଭିଡ ରୋଗୀମାନେ ପ୍ଲାଜ୍‌ମା ଥେରାପି ସୁବିଧା ପାଇପାରିବେ । ଭୁବନେଶ୍ବରର ସମ୍‌ କୋଭିଡ ହସ୍‌ପିଟାଲ ଓ କଟକର ଅଶ୍ବିନୀ କୋଭିଡ ହସ୍‌ପିଟାଲରେ ଗତ ୧୮ ତାରିଖ ଠାରୁ ପ୍ଲାଜ୍‌ମା ଥେରାପି ଆରମ୍ଭ ହୋଇଛି ଏବଂ ଏହା ସୁଫଳ ମଧ୍ୟ ଦେଇଛି। ସମୁଦାୟ ୬ ଜଣ ରୋଗୀଙ୍କ ମଧ୍ୟରୁ ୪ ଜଣ ସୁସ୍ଥ ହୋଇଛନ୍ତି ଓ ଅନ୍ୟ ଦୁଇ ଜଣଙ୍କ ଅବସ୍ଥା ସ୍ଥିର ଅଛି ।
• ବ୍ରହ୍ମପୁରର ଅମିତ ହସ୍‌ପିଟାଲରେ ୧୬ଟି ଆଇ.ସି.ୟୁ ବେଡ୍‌ ସହିତ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ପ୍ରତିଷ୍ଠା କରାଯିବ। ଏହାକୁ କଟକର ଅଶ୍ବିନୀ ହସ୍‌ପିଟାଲ ପରିଚାଳନା କରିବ। ଏଥିପାଇଁ ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ ଅଶ୍ବିନୀ ହସ୍‌ପିଟାଲ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି ।
• ଗଞ୍ଜାମରେ କୋଭିଡ ମୁକାବିଲାକୁ ଆହୁରି ସୁଦୃଢ କରିବା ପାଇଁ ୨ ଜଣ ଆଇ.ଏ.ଏସ୍‌ ଅଫିସର, ୨୫ ଜଣ ଓ.ଏ.ଏସ୍‌ ଅଫିସର, ୧୦୫ ଜଣ ଓଆରଏସ୍ ଅଫିସର, ୩୦ ଜଣ ଡାକ୍ତର, ୧୦୦ ଜଣ ଆୟୁଷ ଡାକ୍ତର ଏବଂ ୨୭ ଜଣ ଲାବୋରେଟୋରୀ ଟେକ୍‌ନିସିଆନଙ୍କୁ ନିୟୋଜିତ କରାଯାଇଛି। ଏହାସହିତ ୩ ଜଣ ଡି.ଏସ୍‌.ପିଙ୍କ ସମେତ ବିଭିନ୍ନ ପାହ୍ୟାର ଅଫିସର ଏବଂ ୧୦ ପ୍ଲାଟୁନ ପୋଲିସ ମଧ୍ୟ ପଠାଯିବା ପାଇଁ ନିଷ୍ପତ୍ତି ହୋଇଛି।
• ଗଞ୍ଜାମ ଜିଲ୍ଲାରେ ଆମ୍ବୁଲାନ୍‌ସ ସେବାକୁ ଆହୁରି ଦକ୍ଷ ଓ ସୁଦୃଢ କରାଯାଇ ରୋଗୀ ମାନଙ୍କୁ ଯେପରି ଠିକ୍‌ ସମୟରେ ସେବା ଯୋଗାଇ ଦେଇପାରିବେ, ତାକୁ ସୁନିଶ୍ଚିତ କରାଯିବ। ଆବଶ୍ୟକତା ଅନୁଯାୟୀ ୧୦୦ଟି ଆମ୍ବୁଲାନ୍‌ସ ନିୟୋଜିତ କରିବା ପାଇଁ ଜିଲ୍ଲାପାଳଙ୍କୁ କ୍ଷମତା ଦିଆଗଲା ।
• କୋଭିଡ ସମୟରେ ଲୋକଙ୍କ ମାନସିକ ସ୍ବାସ୍ଥ୍ୟ ଉପରେ ସ୍ବତନ୍ତ୍ର ଫୋକ୍‌ସ କରାଯାଇ କାଉନସେଲିଂ ପାଇଁ ପ୍ରଫେସନାଲ୍‌ ମାନଙ୍କୁ ଦାୟିତ୍ବ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

- Advertisement -

ଏହି ସମୀକ୍ଷା ବୈଠକରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ  ବିକ୍ରମ କେଶରୀ ଆରୁଖ ଓ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ ମଧ୍ୟ ଭିଡିଓ କନ୍‌ଫରେନ୍‌ସିଂରେ ଯୋଗ ଦେଇ ସୁଚିନ୍ତିତ ମତାମତ ଦେଇଥିଲେ। ବାଚସ୍ପତି ଶ୍ରୀ ପାତ୍ର ସହରାଞ୍ଚଳ ଓ ଅର୍ଦ୍ଧ ସହରାଞ୍ଚଳ ଉପରେ ଅଧିକ ଫୋକ୍‌ସ କରିବା ପାଇଁ ପରାମର୍ଶ ଦେଇଥିଲେ। ଗ୍ରାମାଞ୍ଚଳରେ ଯେଉଁ ମାନଙ୍କର ସୁବିଧା ଅଛି, ସେମାନଙ୍କ ପାଇଁ Home Isolationର ସୁବିଧା କରିବା ପାଇଁ ମନ୍ତ୍ରୀ ଶ୍ରୀ ଆରୁଖ ପରାମର୍ଶ ଦେଇଥିଲେ।
ପ୍ରାରମ୍ଭରେ ଗଞ୍ଜାମ ଜିଲ୍ଲାପାଳ କୋଭିଡ ନିୟନ୍ତ୍ରଣ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ପୋଲିସ ମହାନିର୍ଦ୍ଦେଶକ, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

 

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories