www.samajalive.in
Sunday, December 7, 2025
23.1 C
Bhubaneswar

ବସ୍ତିବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର; ୫ଟି ମହାନଗର ନିଗମରେ ଡ୍ରୋନ ସର୍ଭେ ଆରମ୍ଭ

ଭୁବନେଶ୍ବର: ସହରର ବସ୍ତିବାସିନ୍ଦାମାନଙ୍କ ପାଇଁ ସୁଦିନ ଆସିଛି । ଯେଉଁମାନେ ଆମ ସହରକୁ ଗଢନ୍ତି, ଦିନରାତି ସହରର ବିକାଶ ପାଇଁ କାମ କରନ୍ତି ଓ ସେବା କରନ୍ତି, ସେମାନଙ୍କ ପାଇଁ ଭଲ ଦିନ ଆସିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ମହାନଗର ନିଗମର ବସ୍ତିବାସିନ୍ଦାଙ୍କ ପାଇଁ ଭୂମି ଅଧିକାର କାର୍ଯ୍ୟକ୍ରମ ଆରମ୍ଭ କରି ଏହା କହିଛନ୍ତି। ସ୍ଥାନୀୟ କିଟ୍ କନ୍‌ଭେନ୍‌ସନ୍‌ ହଲରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଗୁରୁବାର ବସ୍ତି ଉନ୍ନୟନ ପାଇଁ ଅନେକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ୫ଟି ମହାନଗର ନିଗମରେ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଦେବା ପାଇଁ ଡ୍ରୋନ ସର୍ଭେକ୍ଷଣ ଆରମ୍ଭ ହୋଇଛି । ଏଥିପାଇଁ ଟାଟା ଷ୍ଟିଲ ଫାଉଣ୍ଡେସନ ବୈଷୟିକ ସହାୟତା ଯୋଗାଇ ଦେବ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଟାଟା ଷ୍ଟିଲ ଫାଉଣ୍ଡେସନ ଓ ଜାଗା ମିଶନ ମଧ୍ୟରେ ଏହି କାର୍ଯ୍ୟକ୍ରମ ପାଇଁ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ୩୩ଟି ସହରାଞ୍ଚଳର ୭୦୭ଟି ବିଜୁ ଆଦର୍ଶ କଲୋନୀକୁ ଲୋକାର୍ପିତ କରିଥିଲେ। ହିଞ୍ଜିଳିକାଟୁ ଓ ଦିଗପହଣ୍ଡି ଆଜିଠାରୁ ସଂପୂର୍ଣ୍ଣ ବସ୍ତିମୁକ୍ତ ସହର ହେବାର ନୂଆ ପରିଚୟ ପାଇଲା ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହା ବ୍ୟକ୍ତିଗତ ଭାବେ ତାଙ୍କ ପାଇଁ ବହୁତ ଖୁସିର ବିଷୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜମି ଅଧିକାର ସହିତ ବସ୍ତି ଅଞ୍ଚଳକୁ ମୌଳିକ ସୁବିଧା ଯୋଗାଇ ଦିଆଯାଇ ବିଜୁ ଆଦର୍ଶ କଲୋନୀ ଗଠନ କରାଯାଉଛି। ୨୦୨୩ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ଏବଂ ସାରା ରାଜ୍ୟ ବସ୍ତିମୁକ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

- Advertisement -

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମର ଜାଗା ମିଶନ କାର୍ଯ୍ୟକ୍ରମ ସାରା ବିଶ୍ବରେ ସୁନାମ ପାଇଛି। ଭାରତ ସରକାର ମଧ୍ୟ ଏହି ନୂଆ ଚିନ୍ତାଧାରା ପାଇଁ ପୁରସ୍କାର ଦେଇଛନ୍ତି। ଏ ମିଶନର ଫୋକସ ହେଉଛି ଜନତା ପ୍ରଥମେ। ଜାଗା ମିଶନରେ ଆଜି ପର୍ଯ୍ୟନ୍ତ ରାଜ୍ୟର ୧୦୫ଟି ସହରର ବସ୍ତି ଅଞ୍ଚଳର ୧ ଲକ୍ଷ ୭୦ ହଜାର ପରିବାରକୁ ଜମି ଅଧିକାର ଦିଆଯାଇଛି। ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ଅଢେଇ ଲକ୍ଷ ବସ୍ତି ପରିବାରକୁ ଭୂମି ଅଧିକାର ଦିଆଯିବ ବୋଲି ସେ ଘୋଷଣା କରିଛନ୍ତି। ନିଜର ଜାଗାଟିଏ ଓ ଘରଟିଏ ଥିଲେ, ଆମର ସ୍ବାଭିମାନ ବଢିଥାଏ। ଆମର ଏ ଅଭିଯାନ ସହରର ଗରିବ ଲୋକଙ୍କ ଜୀବନରେ ରୂପାନ୍ତର ଆଣିବ, ଏହା ତାଙ୍କର ଦୃଢ ବିଶ୍ବାସ ବୋଲି ସେ କହିଛନ୍ତି।

ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ଯୋଗ ଦେଇ ରାଜ୍ୟର ସହରଗୁଡିକର ବିଶେଷ କରି ବସ୍ତି ଅଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ । ସାରା ଦେଶରେ ଏଭଳି ପଦକ୍ଷେପ ଅନନ୍ୟ ବୋଲି ସେ କରିଥିଲେ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ ସ୍ବାଗତ ଭାଷଣ ଦେଇଥିଲେ ଓ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

 

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories