www.samajalive.in
Monday, December 15, 2025
14.1 C
Bhubaneswar

ମେ’ ୨୧ରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ, ଡିଜି ଲକର ସହ ୱେବସାଇଟରେ ହେବ ଉପଲବ୍ଧ

ଭୁବନେଶ୍ୱର: ଆସନ୍ତାକାଲି (ବୁଧବାର)ରେ ପ୍ରକାଶ ପାଇ ଯୁକ୍ତ୨ ତଥା ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବ। ମେ’ ୨୧ ଅପରାହ୍ଣ ୪ରେ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ପକ୍ଷରୁ ସୂଚନା ଦିଆଯାଇଛି। ସିଏଚଏସଇ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଏକସଙ୍ଗେ କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ। ଏହାସହିତ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଡିଜି ଲକର ସହ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରଛାତ୍ରୀମାନେ chseodisha.nic.in ୱେବସାଇଟ ମାଧ୍ୟମରେ ରେଜଲ୍ଟ ଦେଖିପାରିବେ।

ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୁଲ୍ୟରେ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା (କଳା, ବିଜ୍ଞାନ, ବାଣିଜ୍ୟ ଓ ଓ ଧନ୍ଦାମୂଳକ ଶିକ୍ଷା)ର ଫଳାଫଳ ତା ୨୧.୫.୨୦୨୫ ରିଖ ଅପରାହ୍ମ ୪ଟା ଘଟିକା ସମୟରେ ଭୁବନେଶ୍ବର ସ୍ଥିତ ପରିଷଦ କାର୍ଯ୍ୟାଳୟ ପରିସରରେ ପ୍ରକାଶ ପାଇବ ।

- Advertisement -

ଛାତ୍ରଛାତ୍ରୀମାନେ ସେମାନଙ୍କର ପରୀକ୍ଷା ଫଳାଫଳକୁ https://results.odisha.gov.in/  କିମ୍ବା
https://results.digilocker.gov.in/ ୱେବସାଇଟ ମାଧ୍ୟମରେ ଘୋଷଣାର ଏକ ଘଣ୍ଟା ପରେ ଜାଣିପାରିବେ ।

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ/ଅଧ୍ୟକ୍ଷା ପରୀକ୍ଷା ଫଳାଫଳ ଘୋଷଣାର ଏକ ଘଣ୍ଟା ପରେ SAMS e-spaceରୁ ସେମାନଙ୍କ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର Tabulation Register ପାଇ ପାରିବେ ଯାହାକି ପିଲାମାନଙ୍କର ୨୦୨୫ର ତତ୍କାଳ ପରୀକ୍ଷା (Instant Examination)ର form fill up ପାଇଁ ସହାୟକ ହେବ।

ସୂଚନାଯୋଗ୍ୟ ଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଯୁକ୍ତ ୨ ତଥା ଦ୍ବାଦଶ ଶ୍ରେରୀ ପରୀକ୍ଷାଫଳ ଫେବ୍ରୁଆରୀ ୧୮ ତାରିଖରେ ଆରମ୍ଭ ହୋଇଥିଲା  ଏବଂ ମାର୍ଚ୍ଚ ୨୭ ତାରିଖରେ ଶେଷ ହୋଇଥିଲା ।  ଚଳିତ ବର୍ଷ ସମୁଦାୟ ୩ ଲକ୍ଷ ୯୬ ହଜାରରୁ ଅଧିକ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ। ଏପ୍ରିଲ ୨ ତାରିଖରେ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ ହୋଇଥିଲା ।  ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା ।

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories