www.samajalive.in
Saturday, December 6, 2025
26.1 C
Bhubaneswar

ମେ’ ଶେଷ ସପ୍ତାହରେ +୨ ରେଜଲ୍ଟ

ଭୁବନେଶ୍ବର: ଚଳିତ ମାସ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷାଫଳ। ଏଥର ଏକସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଭାଗର ରେଜଲ୍ଟ ପ୍ରକାଶ ପାଇବ। ଫଳାଫଳ ଘୋଷଣାର ତାରିଖ ଏଯାବତ୍‌ ଧାର୍ଯ୍ୟ ହୋଇ ନଥିଲେ ମଧ୍ୟ ଜୁନ୍‌ ପୂର୍ବରୁ ଫଳ ପ୍ରକାଶ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ପକ୍ଷରୁ ପଦକ୍ଷେପ ନିଆଯାଇଛି। ପୂର୍ବରୁ ମେ’ ୧୫ ସୁଦ୍ଧା ଫଳ ପ୍ରକାଶ କରିବାକୁ ଯୋଜନା କରାଯାଇଥିଲେ ମଧ୍ୟ ତାହା ସଫଳ ହୋଇପାରି ନାହିଁ। ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ଖାତାଦେଖା ବିଳମ୍ବ ହୋଇଥିଲା। ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଏପ୍ରିଲ୍ ୨ରେ ସରିବାକୁ ଥିବାବେଳେ ଏହା ୪ ଦିନ ବିଳମ୍ବରେ ସରିଥିଲା। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଏପ୍ରିଲ ୨୦ରେ ଶେଷ ହେବାକୁ ଲକ୍ଷ୍ୟ ରଖାଯାଇଥିବାବେଳେ ଏହା ଏପ୍ରିଲ ୨୨ରେ ସରିଥିଲା। ଏଥିସହ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ସାଧାରଣ ନିର୍ବାଚନ ଯୋଗୁଁ ଖାତାଦେଖା ତଥା ପରୀକ୍ଷାଫଳ ପ୍ରକାଶ ପ୍ରକ୍ରିୟା ପ୍ରଭାବିତ ହୋଇଥିବା ସିଏଚଏସଇର ଜଣେ ଅଧିକାରୀ କହିଛନ୍ତି। ସୂଚନାଯୋଗ୍ୟ, ମେ’ ୧୩ ତାରିଖରେ ସିବିଏସଇର ଦଶମ ଓ ଦ୍ଵାଦଶ ପରୀକ୍ଷା ଫଳ ପ୍ରକାଶ ପାଇଥିବାବେଳେ ମେ’ ୬ରେ ପ୍ରକାଶ ପାଇ ସାରିଛି ଆଇସିଏସଇ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories