www.samajalive.in
Saturday, December 6, 2025
23.1 C
Bhubaneswar

୧୮ରୁ +୨ ପରୀକ୍ଷା: ଆଜି ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟ ସଚିବ

ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ଫେବୃଆରୀ ୧୮ରୁ ଆରମ୍ଭ ହେବ +୨ ଥିଓରୀ ପରୀକ୍ଷା। ଏନେଇ ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରସ୍ତୁତିର ସମୀକ୍ଷା କରିବେ। ଏନେଇ ପରିଷଦର ଅଧ୍ୟକ୍ଷ ଶୁଭଶ୍ରୀ ନନ୍ଦ ସମସ୍ତ ଜିଲାପାଳ, ଜିଲା ଆରକ୍ଷୀ ଅଧୀକ୍ଷକ , ପୁଲିସ ଆୟୁକ୍ତ ଓ ସମସ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ ଏବଂ ପରୀକ୍ଷା ପରିଚାଳନା ହବର ଅଧୀକ୍ଷକଙ୍କୁ ଚିଠି ଲେଖିଛନ୍ତି। ଓସ୍ବାନ ଜରିଆରେ ଆଜି ପୂର୍ବାହ୍ନ ୧୦ଟାରେ ଏହି ବୈଠକ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସଚିବଙ୍କୁ ମଧ୍ୟ ଅବଗତ କରାଯାଇଛି। ଚଳିତ ବର୍ଷ ମୋଟ ୧୨୭୬ ପରୀକ୍ଷା କେନ୍ଦ୍ରରେ +୨ ପରୀକ୍ଷା ହେବ। ମୋଟ ୩ ଲକ୍ଷ ୯୩ ହଜାର ୬୧୮ ପରୀକ୍ଷାର୍ଥୀ +୨ ପରୀକ୍ଷା ଦେବେ। ମୋଟ ୨୦୫ଟି ପରୀକ୍ଷା ପରିଚାଳନା ହବ୍‌ରୁ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରକୁ ପଠାଯିବ।

Hot this week

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

Related Articles

Popular Categories