www.samajalive.in
Friday, December 5, 2025
19.1 C
Bhubaneswar

ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ଵର: ଫେବୃଆରୀ ୧୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଫେବୃଆରୀ ୧୮ ତାରିଖରୁ ମାର୍ଚ୍ଚ ୨୧ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷଙ୍କକ ପକ୍ଷରୁ ସୂଚନା ମିଳିଛି। ସବୁ ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୨ଟାରେ ସରିବ। ଚଳିତବର୍ଷ ମୋଟ ୪ ଲକ୍ଷ ୭ ହଜାର ୩୭ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପୂର୍ବ ବର୍ଷ ଅପେକ୍ଷା ଚଳିତ ବର୍ଷ ପରୀକ୍ଷା କେନ୍ଦ୍ର ବଢ଼ାଯାଇଛି।

ମୋଟ୍ ୧୩୫୦ଟି କେନ୍ଦ୍ରରେ ପରୀକ୍ଷା ହେବ। ଡିସେମ୍ବର ୧୫ ତାରିଖ ସୁଦ୍ଧା ଆଡମିଟ୍ କାର୍ଡ ପ୍ରଦାନ କରାଯିବ। ସମସ୍ତ ୨୧୦ଟି ହବ୍ ଏଆଇ କ୍ୟାମେରା ସର୍ଭେଲାନ୍ସରେ ରହିବ। ଜାନୁଆରୀ ୨ ତାରିଖରୁ ୧୫ ତାରିଖ ମଧ୍ୟରେ ପ୍ରାକ୍ଟିକାଲ୍‌ ପରୀକ୍ଷା ହେବ। ପ୍ରଥମଥର ପ୍ରାକ୍ଟିକାଲ ପରୀକ୍ଷାରେ ଓ୍ବେବ୍‌ କାଷ୍ଟ , ଲାଇଭ୍ ଷ୍ଟ୍ରିମିଂ ବ୍ୟବସ୍ଥା ହେବ। ୪୦ ଦିନରେ ଫଳାଫଳ ପ୍ରକାଶ ପାଇବ। କପି ରୋକିବାକୁ ଏଆଇ ସହାୟତା ନିଆଯିବ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories