www.samajalive.in
Monday, December 8, 2025
27.1 C
Bhubaneswar

ବାହାରିଲା +୨ ପରୀକ୍ଷା ଫଳ, ଚମକିଲେ ଝିଅ

ଭୁବନେଶ୍ଵର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ +୨ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ଫଳ ଏକ କାଳୀନ ପ୍ରକାଶ ପାଇଛି। www.orissaresults.nic.in ଓ୍ବେବସାଇଟ୍‌କୁ ଯାଇ ନିଜ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ।

ଚଳିତ ଥର କଳାରେ ପାସ୍‌ ହାର ୮୦.୯୫ ପ୍ରତିଶତ ରହିଛି। ସେହିପରି ବିଜ୍ଞାନରେ ପାସ୍‌ ହାର ୮୬.୯୩ ପ୍ରତିଶତ ରହିଥିବାବେଳେ ବାଣିଜ୍ୟରେ ୮୨.୨୭ ପ୍ରତିଶତ ରହିଛି ପାସ୍‌ ହାର। ଏଥିସହ ଧନ୍ଦାମୂଳକ ଶିକ୍ଷାରେ ପାସ୍‌ ହାର ୬୮.୦୨ ପ୍ରତିଶତ ରହିଛି। କଳା, ବିଜ୍ଞାନ ଓ ବାଣିଜ୍ୟରେ ପୁଅଙ୍କ ତୁଳନାରେ ଝିଅମାନେ ଆଗରେ ଅଛନ୍ତି। କଳାରେ ଛାତ୍ରଙ୍କ ପାସ୍‌ ହାର ୭୨.୬୮ ପ୍ରତିଶତ ରହିଥିବାବେଳେ ଛାତ୍ରୀଙ୍କ ପାସ୍‌ ହାର ୮୭.୫୬ ପ୍ରତିଶତ ରହିଛି। ସେହିପରି ବିଜ୍ଞାନରେ ଛାତ୍ରଙ୍କ ପାସ୍‌ ହାର ୮୬.୨୧ ପ୍ରତିଶତ ରହିଥିବାବେଳେ ଛାତ୍ରୀଙ୍କ ପାସ୍‌ ହାର ୮୭.୭୪ ପ୍ରତିଶତ ରହିଛି। ବାଣିଜ୍ୟରେ ପୁଅଙ୍କ ପାସ୍‌ ହାର ୮୦.୪୦ ପ୍ରତିଶତ ଥିବାବେଳେ ଝିଅଙ୍କ ପାସ୍‌ ହାର ରହିଛି ୮୫.୫୫%।

- Advertisement -

ସୂଚନାଯୋଗ୍ୟ, ଏହା ପୂର୍ବରୁ ଆଜି ସକାଳେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ଚଳିତ ବର୍ଷର ପାସ୍ ହାର ୯୬.୦୭ ପ୍ରତିଶତ ରହିଛି। ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍ ହାର ଅଧିକ ରହିଛି। ଝିଅଙ୍କ ପାସ୍ ହାର ୯୬.୭୩ ପ୍ରତିଶତ ଥିବାବେଳେ ପୁଅଙ୍କ ପାସ୍ ହାର ୯୬.୩୯ ପ୍ରତିଶତ ରହିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories