www.samajalive.in
Sunday, December 14, 2025
15.1 C
Bhubaneswar

ମେ’ ୩୧ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷାଫଳ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷାଫଳ ମେ’ ୩୧ ତାରିଖ ସୁଦ୍ଧା ପ୍ରକାଶ ପାଇବ। ମେ’ ୩୧ ସୁଦ୍ଧା ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଦେଇଛନ୍ତି। ଏହାପରେ ଯୁକ୍ତ ୨ କଳା ପରୀକ୍ଷାଫଳ ଜୁନ ପ୍ରଥମ ସପ୍ତାହରେ ପ୍ରକାଶ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।

ଯୁକ୍ତ ୨ ପରୀକ୍ଷାଫଳ ଘୋଷଣା ପାଇଁ ଦରକାର ହେଉଥିବା ଆନୁସଙ୍ଗିକ କାର୍ଯ୍ୟ ଶେଷ ହୋଇନାହିଁ। ଏହା ଆସନ୍ତାକାଲି ସୁଦ୍ଧା ଶେଷ ହେବ ବୋଲି ଆଶା କରାଯାଉଛି। ତେଣୁ ମେ’ ୩୧ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ଘୋଷଣା କରାଯିବ ବୋଲି ପରୀକ୍ଷା ନିୟନ୍ତ୍ରକ କହିଛନ୍ତି।

- Advertisement -

 

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories