www.samajalive.in
Thursday, December 11, 2025
14.1 C
Bhubaneswar

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ବର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ। ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ପରୀକ୍ଷାଫଳ। ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଛାତ୍ରଛାତ୍ରୀଙ୍କ ପରୀକ୍ଷାଫଳ ଆଶାନୁରୂପ ହେବ ବୋଲି ଆଶା କରାଯାଉଛି। ଆଉ ଗୋଟିଏ ସପ୍ତାହ ପରେ ଯୁକ୍ତ ୨ କଳା ପରୀକ୍ଷାଫଳ ପ୍ରକାଶ କରାଯିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ମନ୍ତ୍ରୀ ଶ୍ରୀ ଦାଶ ଘୋଷଣା କରିବେ। ପରୀକ୍ଷାଫଳ ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀମାନେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୱେବସାଇଟରୁ ସେମାନଙ୍କ ପରୀକ୍ଷାଫଳ ଜାଣିପାରିବେ। କୋଭିଡ ଯୋଗୁ ୩୦% ପାଠ୍ୟକ୍ରମ ହ୍ରାସ କରାଯାଇଥିଲା।

 

- Advertisement -

ପ୍ରତିବର୍ଷ ପରି ଏଥର ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତ୍ତର ଖାତା ଇ-ମୂଲ୍ୟାୟନ କରାଯାଇଛି । ମୂଲ୍ୟାୟନ ଲାଗି ୧୨ହଜାରରୁ ଅଧିକ ଅଧ୍ୟାପକଙ୍କୁ ନିଯୁକ୍ତ କରାଯାଇଥିଲା। ମୂଲ୍ୟାୟନରେ ସ୍ୱଚ୍ଛତା ବଜାୟ ରଖିବା ଲାଗି ପ୍ରତି କେନ୍ଦ୍ରରେ ସିସିଟିଭି ଲାଗିବା ସହ ଇ-ମୂଲ୍ୟାୟନ କେନ୍ଦ୍ରରେ ଏସି ଲଗାଇବା ବାଧ୍ୟତାମୂଳକ ହୋଇଥିଲା। ଚଳିତବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ୩ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ପଞ୍ଜୀକରଣ କରିଥିଲେ।

Hot this week

ସମ୍ପାଦକୀୟ : ବିଯୋଗ ଅଧିକାର

ଶାନ୍ତି ଛଡ଼ାଇ ନ ନେଉ କର୍ପୋରେଟ ଜଗତ ଭାରତୀୟ ସଂସଦରେ ଏକ ଗୁରୁତ୍ୱପୂର୍ଣ୍ଣ...

ସମ୍ପାଦକୀୟ : ମାଲକାନଗିରି ହିଂସା

ଭୂମିପୁତ୍ରଙ୍କ ଦୁଃଖ ଦୂରହେଉ ମାଲକାନଗିରି ଜିଲାର ଏମ୍‌ଭି -୨୬ ଗାଁରେ ଘଟିଥିବା ହିଂସାକାଣ୍ଡ...

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ...

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

Related Articles

Popular Categories