www.samajalive.in
Saturday, December 6, 2025
16.1 C
Bhubaneswar

ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ

ମାଲକାନଗିରି: ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ମାଲକାନଗିରି ବ୍ଲକର ତିନୋଟି ଗ୍ରାମ ପଞ୍ଚାୟତ ତଣ୍ଡାପାଲ୍ଲୀ, ତମସା ଓ ଶିଖପାଲ୍ଲୀ ଗ୍ରାମ ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପଗୁଡିକ ଆଜି ଶୁଭ ଉଦ୍ଘାଟନ ହୋଇଯାଇଛି । ଏହି ପ୍ରକଳ୍ପର ଶୁଭ ଉଦ୍ଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ବାଳ ମୁକୁନ୍ଦ ଭୁଇଁୟା ଯୋଗ ଦେଇ ଶୁଭ ଉଦ୍ଘାଟନ କରିଥିଲେ। ସମ୍ମାନୀୟ ଅତିଥି ଭାବରେ ଜିଲ୍ଲା ମଙ୍ଗଳ ଅଧିକାରୀ କୃପାସିନ୍ଧୁ ବେହେରା, ମାଲକାନଗିରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଜୟ କୁମାର ପ୍ରଧାନ, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ସସ୍ମିତା କୁମାରୀ ମଝୀ, ତଣ୍ଡାପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶୁଭ୍ରାଂଶୁ ନାୟକ, ସରପଞ୍ଚ ନନ୍ଦ କୁମାର ଆଜମେରା ଓ ସମସ୍ତ ସମିତି ସଭ୍ୟ, ୱାର୍ଡ ସଭ୍ୟ ଏବଂ ଗ୍ରାମବାସୀମାନେ ଉପସ୍ଥିତ ଥିଲେ । ଏହି ଅଞ୍ଚଳର ଏମ୍ ଭି ୧୫, ଏମ ଭି ୧୪, ତଣ୍ଡାପାଲ୍ଲୀ, ବୋଇଲାପାରି ତଥା ଅନ୍ୟାନ୍ୟ ଗ୍ରାମରେ ରାସ୍ତା ପାର୍ଶ୍ବ ସୌରଲାଇଟ, ପକ୍କା ସଡକ ଆଦି କାର୍ଯ୍ୟର ଶୁଭ ଉଦ୍ଘାଟନ ହୋଇଥିଲା ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories