www.samajalive.in
Sunday, December 7, 2025
26.1 C
Bhubaneswar

ଚଣ୍ଡିଖୋଲ ସଭାରେ ଏକାଠି ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ ; ମୋଦୀଙ୍କୁ ପ୍ରଂଶସା କଲେ ନବୀନ

ଭୁବନେଶ୍ୱର : ଦିନିକିଆ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ। ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ରହିଛନ୍ତି। ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ ମଧ୍ୟ ଉପସ୍ଥିତ ରହିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଭେଟି ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଓଡିଶାର ୩ଟି ନୂଆ ଟ୍ରେନ୍‌‌ର ସେବାର ମଧ୍ୟ ଶୁଭାରମ୍ଭ ହୋଇଛି।
ମଞ୍ଚ ଉପରେ ପାରମ୍ପରିକ ଅଙ୍ଗବସ୍ତ୍ର, ଆରାଧ୍ୟ ପ୍ରଭୁ ଜଗନ୍ନାଥଙ୍କ ପଟ୍ଟଚିତ୍ର ସହ ପ୍ରଧାନମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ପ୍ରଂଶସା କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାରତୀୟ ଅର୍ଥନୀତିକୁ ପ୍ରଧାନମନ୍ତ୍ରୀ ନୂଆ ଗତି ଦେଇଛନ୍ତି। ଏବେ ଭାରତ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି। ଖୁବ୍‌‌ ଶୀଘ୍ର ଏହା ତୃତୀୟ ଅର୍ଥନୀତି ହେବାକୁ ଯାଉଛି। ଓଡିଶାକୁ ଅନେକ ପ୍ରକଳ୍ପ ଭେଟି ଦେଇଥିବାରୁ କୃତଜ୍ଞତା ଜଣାଇଛନ୍ତି। ଓଡିଶାର ବିକାଶ ପାଇଁ ମୁଁ ପ୍ରଧାନମନ୍ତ୍ରୀଙ୍କ ସହଯୋଗ କାମନା କରୁଛି। ପ୍ରଧାନମନ୍ତ୍ରୀ ଆଜି ଆମ ସହ ଅଛନ୍ତି। ବିକାଶ ଆଜି ଓଡିଶାର ନୂଆ ପରିଚୟ ହୋଇଛି ବୋଲି କହିଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories