www.samajalive.in
Saturday, December 13, 2025
21.1 C
Bhubaneswar

ହାଇଦ୍ରାବାଦ ଅଗ୍ନିକାଣ୍ଡ ଘଟଣାରେ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର : ହାଇଦ୍ରାବାଦ ଅଗ୍ନିକାଣ୍ଡ ଘଟଣାରେ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ । ମୃତକଙ୍କ ସମ୍ପର୍କୀୟଙ୍କୁ ୨ ଲକ୍ଷ ଲେଖାଏଁ ସହାୟତା ସହ ଆହତଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ପକ୍ଷରୁ ଏକ୍ସରେ ଏନେଇ ସୂଚନା ଦିଆଯାଇଛି । କହିରଖୁଛୁ ହାଇଦ୍ରାବାଦର ଚାରମିନାର ନିକଟ ଗୁଲଜାର ହାଉଜ କୋଠାରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ରବିଭାର ଭୋର ପ୍ରାୟ ସା​‌ଢ଼େ ୫ଟାରେ ଏହି କୋଠାରେ ଅଗ୍ନିକାଣ୍ଡ ଘଟିଥିଲା। ଅନେକ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ଆହତମାନଙ୍କୁ  ଡିଆରଡିଓ ହସ୍ପିଟାଲ ଏବଂ ଓସମାନିଆ ଜେନେରାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories