www.samajalive.in
Friday, December 5, 2025
26.1 C
Bhubaneswar

କୋଭିଡ ଡ଼ାକ୍ତରଖାନା ଆଇସିୟୁରେ ନିଆଁ: ୮ କରୋନା ରୋଗୀ ମୃତ

ନୂଆଦିଲ୍ଲୀ: ଗୁଜରାଟର ଅହମ୍ମଦାବାଦରେ ଥିବା ଏକ କୋଭିଡ ହସ୍ପିଟାଲରେ ଗୁରୁବାର ଅଗ୍ନିକାଣ୍ଡ ଘଟି ୮ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ପ୍ରଦାନ ଲାଗି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହା ସହିତ ପ୍ରଧାନମନ୍ତ୍ରୀ ଘଟଣା ସମ୍ପର୍କରେ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଏବଂ ସ୍ଥାନୀୟ ମେୟରଙ୍କ ସହିତ କଥା ହୋଇଛନ୍ତି। ଆହତଙ୍କ ସମସ୍ତ ପୀଡ଼ିତଙ୍କୁ ଆବଶ୍ୟକ ସହାୟତା ଯୋଗାଇଦେବାକୁ ପ୍ରଧାନମନ୍ତ୍ରୀ ପ୍ରଶାସନକୁ କହିଛନ୍ତି।

- Advertisement -

ସୂଚନାଯୋଗ୍ୟ, ଉକ୍ତ କୋଭିଡ ହସ୍ପିଟାଲରେ ୪୯ ଜଣ ରୋଗୀ ଚିକିତ୍ସିତ ହେଉଥିଲେ। ଆଜି ଭୋର ସମୟରେ ହଠାତ ଆଇସିୟୁରେ ନିଆଁ ଲାଗିଯାଇଥିଲା। ପରେ ଏହା ପୂରା ହସ୍ପିଟାଲକୁ ବ୍ୟାପିଯାଇଥିଲା। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ୪୧ ଜଣଙ୍କୁ ଉଦ୍ଧାର କରିଥିଲା। ଅନ୍ୟ ୮ ରୋଗୀ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିଲେ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories