www.samajalive.in
Friday, December 5, 2025
23.1 C
Bhubaneswar

ଦୁଇ ଦିନିଆ ଭୁଟାନ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦୁଇ ଦିନିଆ ଭୁଟାନ ଗସ୍ତ କରିଛନ୍ତି । ଭୁଟାନ ପ୍ରଧାନମନ୍ତ୍ରୀ ଶେରିଙ୍ଗ ତୋଗ୍‌ବେ ତାଙ୍କୁ ବିମାନ ବନ୍ଦରରେ ଭବ୍ୟ ସ୍ବାଗତ ଜଣାଇଥିଲେ। ଏହି ଗସ୍ତ କାଳରେ ଭାରତ ଓ ଭୁଟାନର ମିଳିତ ସହଯୋଗରେ ନିର୍ମିତ ହୋଇଥିବା ଏକ ଜଳ ବିଦ୍ୟୁତ୍‌ ପ୍ରକଳ୍ପକୁ ମୋଦୀ ଉଦ୍‌ଘାଟନ କରିବେ । ଓ ଭୁଟାନର ରାଜା ଜିଗ୍‌ମେ କେଶର ନାମ୍‌ଗ୍ୟେଲ ୱାଙ୍ଗ୍‌ଚୁକ୍‌ଙ୍କୁ ମଧ୍ୟ ଭେଟିବେ। ମୋଦୀ ଭୁଟାନ ଗସ୍ତ ଅବସରରେ ଦିଲ୍ଲୀ ବିସ୍ଫୋରଣ ଘଟଣାକୁ ନେଇ କଡ଼ା ଚେତାବନୀ ଦେଇଛନ୍ତି । ସେ କହିଥିଲେ ଯେ ଏହି ବିସ୍ଫୋରଣ ଘଟଣାରେ ଜଡ଼ିତ ବ୍ୟକ୍ତି ଓ ସଙ୍ଗଠନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଦୋଷୀ ଯେଉଁଠାରେ ଥାଆନ୍ତୁ ନା କାହିଁକି ଖୋଜି ବାହାର କରାଯିବ ।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories