ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବୁଧବାର ସେପ୍ଟେମ୍ବର ୧୭ରେ ଅର୍ଥାତ୍ ବିଶ୍ୱକର୍ମା ପୂଜାରେ ଜନ୍ମ ଉତ୍ସବ । ଏଥିପାଇଁ ବିଭିନ୍ନ ଅଞ୍ଚଳରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ବିଜେପି ପକ୍ଷରୁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ଜନ୍ମଦିନ ଅବସରରେ ମାଷ୍ଟରକ୍ୟାଣ୍ଟିନ୍ ପଟ ରେଳ ଷ୍ଟେସନ ନିକଟ ସିଟି ବସଷ୍ଟାଣ୍ଡରେ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । ଏହାସହ ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାରଙ୍କ ସମେତ ପ୍ରମୁଖ ନେତୃବୃନ୍ଦ ମଧ୍ୟ ଏହି ସମୟରେ ଉପସ୍ଥିତ ଥିଲେ ।
ଏହାସହ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଓ ମା’ ପାଇଁ ଗଛଟିଏ’ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗ ଦେଇଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାରଙ୍କ ସମେତ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ଥିଲେ ।



