www.samajalive.in
Saturday, December 6, 2025
26.1 C
Bhubaneswar

ଆନ୍ଧ୍ରପ୍ରଦେଶର ଅନନ୍ତପୁରାମୁ ଜିଲ୍ଲାରେ ଦୁର୍ଘଟଣା : ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ଅନନ୍ତପୁରାମୁ ଜିଲ୍ଲାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ୯ ଜଣ  ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍‍ଏନ୍‍ଆରଏଫ୍‍) ରୁ ସହାୟତା ରାଶିକୁ ପ୍ରଧାନମନ୍ତ୍ରୀ ଅନୁମୋଦନ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

- Advertisement -

“ଆନ୍ଧ୍ରପ୍ରଦେଶର ଅନନ୍ତପୁରାମୁ ଜିଲ୍ଲାର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ସେ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମ୍‍ଏନ୍‍ଆରଏଫ୍‍ରୁ ୨ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ।”

ସୂଚନାଯୋଗ୍ୟ ବାହାଘର ସାରି ଫେରୁଥିବା ବେଳେ କାର୍‍ ଉପରେ ମାଡ଼ିଗଲା ଟ୍ରକ୍‍ । ଫଳରେ ଦୁର୍ଘଟଣାରେ ୯ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୬ଜଣ ମହିଳା ଓ ୨ଜଣ ଶିଶୁ ରହିଥିବା ବେଳେ, କାର୍‍ ଚାଳକଙ୍କ ମଧ୍ୟ ମୃତ୍ୟୁ ହୋଇଛି । ବାହାଘର ସରିବା ପରେ ଅନନ୍ତପୁରାମୁ ଫେରିବା ବେଳେ ଏକ ଟ୍ରକ୍‍ ସେମାନଙ୍କ କାରକୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ କାରରେ ଥିବା ସମସ୍ତେ ପ୍ରାଣ ହରାଇଥିଲେ।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories