www.samajalive.in
Sunday, December 14, 2025
19.1 C
Bhubaneswar

ମହାକୁମ୍ଭରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରୟାଗରାଜ ମହାକୁମ୍ଭରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ଏବଂ ଏହି ଦୁଃଖଦ ଘଟଣାରେ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ସମସ୍ତ ଆବଶ୍ୟକ ପଦକ୍ଷେପ ନିଆଯାଉଛି। ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ଶ୍ରୀ ମୋଦୀ।

ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମ ଏକ୍ସରେ ପୋଷ୍ଟ କରିଛନ୍ତି:
“ପ୍ରୟାଗରାଜ ମହାକୁମ୍ଭରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ। ଯେଉଁ ତୀର୍ଥଯାତ୍ରୀମାନେ ନିଜ ପରିବାରକୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା। ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ସ୍ଥାନୀୟ ପ୍ରଶାସନ ପୀଡ଼ିତଙ୍କୁ ଯଥାସମ୍ଭବ ସହାୟତା ଯୋଗାଇ ଦେଉଛି। ଏ ସଂକ୍ରାନ୍ତରେ ମୁଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହୋଇଛି ଏବଂ ମୁଁ ରାଜ୍ୟ ସରକାରଙ୍କ ସହ ନିରନ୍ତର ଯୋଗାଯୋଗରେ ଅଛି।”

- Advertisement -

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories