www.samajalive.in
Monday, December 15, 2025
24.1 C
Bhubaneswar

କରୋନା ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ, ବ୍ୟାପକ ସଚେତନତା ପାଇଁ ଅଫିସରମାନଙ୍କୁ ପରାମର୍ଶ

ନୂଆଦିଲ୍ଲୀ: କରୋନା ମହାମାରୀ ଦେଶରେ ଦିନକୁ ଦିନ ଜଟିଳ ରୂପ ନେଉଛି । ଏଥିପାଇଁ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଏକ ସମୀକ୍ଷା ବୈଠକ କରିଥିଲେ । ବ୍ୟକ୍ତିଗତ ଭାବେ ସଫାସୁତୁରା ରହିବା ସହ କରୋନା ନିୟମ ମାନିବା ଓ ସାଧାରଣ ସ୍ଥାନରେ ସାମାଜିକ ଦୂରତ୍ବ ରକ୍ଷା ସହ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି ।

ମହାମାରୀକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ କର୍ତ୍ତୃପକ୍ଷଙ୍କୁ ପ୍ରଶଂସା କରିଛନ୍ତି । ମହାମାରୀକୁ ରୋକିବାରେ କେନ୍ଦ୍ର, ରାଜ୍ୟ ତଥା ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ମିଳିତ ଉଦ୍ୟମକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି । ଏହି ବୈଠକରେ ଅହମ୍ମଦାବାଦ ମଡେଲକୁ ‘ଧନଭନ୍ତ୍ରି ରଥ’ ମାଧ୍ୟମରେ ଗୃହର ଯତ୍ନ ଏବଂ ଏହି ରୋଗର ସଫଳତା ପାଇଁ ବିଶ ପ୍ରଶଂସା କରାଯାଇଥିଲା । ଉକ୍ତ ମଡେଲକୁ ଅନ୍ୟ ସ୍ଥାନରେ ଅନୁକରଣ କରବିକୁ ମଧ୍ୟ କୁହାଯାଇଛି । ଆଜିର ଏହି ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା, କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ସାମିଲ ଥିଲେ ।

Hot this week

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

Related Articles

Popular Categories