www.samajalive.in
Friday, December 12, 2025
14.1 C
Bhubaneswar

ରବିବାର ସିୱାରେ ପିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଫେବୃଆରୀ ୨୪) ଦିନ ’ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ ବା ’ପ୍ରଧାନମନ୍ତ୍ରୀ କିଷାନ ଯୋଜନା’ର ଶୁଭାରମ୍ଭ କରିବେ। ଉତ୍ତରପ୍ରଦେଶର ଗୋରଖପୁରରେ ପ୍ରଧାନମନ୍ତ୍ରୀ ଏହି ଯୋଜନା ଆରମ୍ଭ କରିବେ। ଚାଷୀମାନଙ୍କୁ ସର୍ବନିମ୍ନ ଆୟ ପ୍ରଦାନ ପାଇଁ କେନ୍ଦ୍ର ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ସରକାର ମଧ୍ୟବର୍ତ୍ତୀକାଳୀନ ବଜେଟ୍‍ରେ ଏହି ଯୋଜନା ସଂପର୍କରେ ଘୋଷଣା କରିଥିଲେ। ଏହି ଯୋଜନା ଅଧୀନରେ ଦୁଇ ହେକ୍ଟର ପର୍ୟ୍ୟନ୍ତ ଜମି ଥିବା ଛୋଟ ଓ ନାମମାତ୍ର ଚାଷୀଙ୍କୁ ବାର୍ଷିକ ୬ ହଜାର ଟଙ୍କା ଯୋଗାଇ ଦିଆଯିବ। ଏହାକୁ ଦୁଇ ହଜାର ଟଙ୍କା କରି ତିନୋଟି କିସ୍ତିରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟ୍‍ରେ ଜମା କରାଯିବ। ଏହି କାର୍ଯ୍ୟକ୍ରମ ଲାଗି ୨୦୧୯-୨୦ ଆର୍ଥିକ ବର୍ଷ ଲାଗି ୭୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ଏହି ଐତିହାସିକ କୃଷକ କଲ୍ୟାଣ କାର୍ଯ୍ୟକ୍ରମ ୨୦୧୮ ଡିସେମ୍ବର ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହି କାର୍ଯ୍ୟକ୍ରମ ଅଧୀନରେ ଦେଶର ୧୨ କୋଟି ଛୋଟ ଚାଷୀଙ୍କୁ ସିଧାସଳଖ ଲାଭ ମିଳିବ।

ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ କୃଷିରତ ମହିଳା ଗବେଷଣା ପ୍ରତିଷ୍ଠାନ (CIWA) ପରିସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଏହି କାର୍ଯ୍ୟକ୍ରମରେ ପ୍ରାୟ ୩୦୦ ଚାଷୀ ଭାଗ ନେଉଥିବା ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କୃଷି ମନ୍ତ୍ରଣାଳୟର ଯୁଗ୍ମ ସଚିବ ପ୍ରମୁଖ ଉପସ୍ଥିତ ରହିବେ। ଏ ସମ୍ପର୍କରେ ଅଧିକ ସୂଚନା http:pmkisan.nic.in ୱେବସାଇଟରେ ମିଳିପାରିବ।

Hot this week

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା...

ସଜାଡ଼ିବାକୁ ଉଦ୍ୟମ : ମୋକିମ୍‌

କଟକ : ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ...

ଓଡ଼ିଶା ହେବ ଜବରଦଖଲମୁକ୍ତ

ଭୁବନେଶ୍ବର: ଓଡ଼ିଶାକୁ ଜବରଦଖଲମୁକ୍ତ କରିବାକୁ ରାଜସ୍ବ ବିଭାଗ ଅଣ୍ଟା ଭିଡ଼ିଛି। ବିଭାଗସ୍ତରରେ...

୬ ରାଜ୍ୟରେ ଏସ୍‌ଆଇଆର୍‌ ସମୟସୀମା ବୃଦ୍ଧି

ନୂଆଦିଲ୍ଲୀ: ନିର୍ବାଚନ କମିଶନ (ଇସି)ଙ୍କ ତରଫରୁ ଗୁରୁବାର ପାଞ୍ଚ ରାଜ୍ୟ ଓ...

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

Related Articles

Popular Categories