www.samajalive.in
Monday, December 15, 2025
14.1 C
Bhubaneswar

ଆଜି ମିଳିବ ପିଏମ୍‌-କିଷାନର ୨୦ତମ କିସ୍ତି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ)ର ୨୦ତମ କିସ୍ତି ଆଜି ହିତାଧିକାରୀଙ୍କୁ ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶ ବାରାଣସୀରେ ଏହି ଅର୍ଥକୁ କୃଷକଙ୍କ ବ୍ୟାଙ୍କ ଖାତାକୁ ରିଲିଜ୍ କରିବେ। ଏହି କିସ୍ତିରେ ପ୍ରତ୍ୟେକ ହିତାଧିକାରୀ କୃଷକଙ୍କୁ ୨ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ମୋଟ ୯.୭କୋଟି କୃଷକଙ୍କ ବ୍ୟାଙ୍କ ଖାତାକୁ ଡିବିଟି ମାଧ୍ୟମରେ ୨୦,୫୦୦ କୋଟି ଟଙ୍କା ପ୍ରଦାନ କରାଯିବ। ୨୦୧୯ରେ ଆରମ୍ଭ କରାଯାଇଥିବା ଏହି ଯୋଜନାରେ ମୋଟ ୩.୬୯ଲକ୍ଷ କୋଟି ଟଙ୍କା ପ୍ରଦାନ କରାଗଲାଣି। ଏହି ଯୋଜନାରେ ପ୍ରତ୍ୟେକ ହିତାଧିକାରୀଙ୍କୁ ୪ମାସ ଅନ୍ତରରେ ବାର୍ଷିକ ୬ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଉଛି। ଶନିବାର ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ବାରାଣସୀ ଗସ୍ତ କାଳରେ ୨,୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories