www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ପିଏମ୍‌ କିଷାନ କିସ୍ତି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ୍‌-କିଷାନ) ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ସୋମବାର କୃଷକଙ୍କ ବ୍ୟାଙ୍କ ଖାତାରେ ଜମା ହେବ। ପ୍ରତ୍ୟେକ କୃଷକଙ୍କ ବ୍ୟାଙ୍କ ଖାତାରେ ୨୦୦୦ ଟଙ୍କା ଲେଖାଏଁ ଜମା ହେବ। ଦେଶର ୯.୭୫ କୋଟିରୁ ଅଧିକ କୃଷକଙ୍କ ଖାତାରେ ୧୯,୫୦୦ କୋଟିରୁ ଅଧିକ ରାଶି ପୈଠ ହେବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ​‌ମୋଦୀ ଅପରାହ୍ଣ ୧୨ଟା ୩୦ରେ ଏହି ଅର୍ଥ ପ୍ରଦାନ କାର୍ଯ୍ୟକୁ ଆଭାସି ମାଧ୍ୟମରେ ଶୁଭାରମ୍ଭ କରିବେ। କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାରେ ପଞ୍ଜିକୃତ କୃଷକଙ୍କ ପରିବାରକୁ ପ୍ରତିବର୍ଷ ୬୦୦୦ ଟଙ୍କାର ଆର୍ଥିକ ସହାୟତା ଦିଆଯାଉଛି। ଏହି ହିସାବରେ ପ୍ରତି ଚାରି ମାସରେ ୨୦୦୦ ଟଙ୍କା ଲେଖାଏଁ ତିନିଟି କିସ୍ତିରେ ପ୍ରଦାନ କରାଯାଉଛି। ସରକାର ଏହି ଟଙ୍କା କୃଷକଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରୁଛନ୍ତି। ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୧.୩୮ ଲକ୍ଷ କୋଟି ଟଙ୍କା ପ୍ରଦାନ କରାଗଲାଣି।
ଆଜି ପି

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories